Posted inଜାତୀୟ

ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ ପୁଣି ଆଟାକ୍‌ କଲା ପାକିସ୍ତାନ, କଶ୍ମୀରରେ ବଡ଼ ବିସ୍ଫୋରଣ

କଶ୍ମୀର,୧୦।୫: ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ, ପାକିସ୍ତାନ ପୁଣି ଥରେ ତାର ଅସଲ ଚେହେରା ଦେଖାଇଛି। ପାକ୍‌ ପୁଣି ଭାରତ ଉପରେ ଡ୍ରୋନ ଆଟାକ୍‌ କରିଛି। ପାକିସ୍ତାନ LOC ଉପରେ ପୁଣି ଗୁଳି ଚଳାଇଛି। ଯାହାର ଜବାବ ମଧ୍ୟ ଦେଇଛି ଭାରତୀୟ ସେନା। ଜମ୍ମୁର ଅନେକ ଅଞ୍ଚଳରେ ପାକିସ୍ତାନ ଗୁଳି ଚଳାଇଛି।

Pakistan Violeted Ceasefire: ମାତ୍ର 3 ଘଣ୍ଟା ପରେ ପାକିସ୍ତାନ ଅସ୍ତ୍ରବିରତି ଭାଙ୍ଗିଛି। LoCରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ଅଖନୁର, ରଜୌରୀ ଓ ପୁଞ୍ଚରେ ଅସ୍ତ୍ରବିରତି ଉଲ୍ଲଙ୍ଘନ ହୋଇଛି। ଏନେଇ ଜାତୀୟ ଗଣମାଧ୍ୟମର ସୂଚନା ପ୍ରକାଶ ପାଇଛି। ଉଦାମପୁର, ଅଖନୋର, ନୋଶେରା, ପୁଞ୍ଚ, ମେଘର, ଜମ୍ମୁ, ସୁନ୍ଦରବାନୀ, ଆରଏସ ପୁର, ଆର୍ନିଆ ଏବଂ କାଥୁଆ ଅଞ୍ଚଳରେ ପ୍ରବଳ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି।

Pakistan Violeted Ceasefire: କହିରଖୁଛୁ କି, କିଛି ସମୟ ପୂର୍ବରୁ ଅସ୍ତ୍ରବିରତି ହୋଇଥିଲା। ଏନେଇ ସରକାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଥିଲେ। ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି।

ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ହୋଇଛି। ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ଉଭୟ ସହମତି ହୋଇଛୁ। ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ହୋଇଛି। ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା। ୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି। ଆସନ୍ତା ୧୨ ତାରିଖ ୧୨ଟାରେ DGMO ସ୍ତରୀୟ ପୁଣି ଆଲୋଚନା ହେବ।

 

ଭାରତ-ପାକିସ୍ତାନ ଯୁଦ୍ଧ ଉତ୍ତେଜନା ଭିତରେ ବଡ଼ ଖବର। ଯୁଦ୍ଧବିରତି ନେଇ ଦୁଇ ଦେଶ ସହମତି ହୋଇଛନ୍ତି। ଏନେଇ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ରହିଛି। ଏନେଇ ସୋସିଆଲ ମିଡିଆରେ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଉଭୟ ଦେଶ ଶାନ୍ତି ପାଇଁ ସହମତ ହୋଇଛନ୍ତି। ଆମେ ଉଭୟଙ୍କୁ ବୁଝାଇବାକୁ ଚେଷ୍ଟା କଲୁ, ଏବଂ ଆମେ ଏଥିରେ ସଫଳ ହୋଇଛି।

ଉଭୟ ଦେଶରେ ସୃଷ୍ଟି ହେଉଥିବା ପରିବେଶକୁ ଶାନ୍ତ କରିବା ଆବଶ୍ୟକ। ଆମେ ଗତକାଲି ରାତିରୁ ଏହା ଚେଷ୍ଟା କରିବା ଆରମ୍ଭ କରିଥିଲୁ ଏବଂ ଉଭୟ ଦେଶ ଏଥିରେ ରାଜି ହୋଇଛନ୍ତି। ଏବେ ଉଭୟ ଯୁଦ୍ଧବିରତି ପାଇଁ ପ୍ରସ୍ତୁତ ବୋଲି ଟ୍ରମ୍ପ କହିଛନ୍ତି।

 

 

India-Pakistan War Stop ଟ୍ରମ୍ପ ଆହୁରି କହିଛନ୍ତି, ଜେଡି ଭାନ୍ସ ଏବଂ ମୁଁ ଭାରତ ଏବଂ ପାକିସ୍ତାନର ବରିଷ୍ଠ ଅଧିକାରୀଙ୍କ ସହ କଥା ହୋଇଛୁ, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଶେହବାଜ ସରିଫ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ସେନା ମୁଖ୍ୟ ଅସୀମ ମୁନିର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ଅସୀମ ମାଲିକ ସାମିଲ ଅଛନ୍ତି। ମୁଁ ଖୁସିର ସହିତ ଘୋଷଣା କରୁଛି ଯେ ଭାରତ ଏବଂ ପାକିସ୍ତାନ ସରକାର ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି ଏବଂ ଏକ ନିରପେକ୍ଷ ସ୍ଥାନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ସରିଫଙ୍କ ଦ୍ୱାରା ଶାନ୍ତିପୂର୍ଣ୍ଣ ପଥ ବାଛିବା କ୍ଷେତ୍ରରେ ପ୍ରଦର୍ଶନ କରାଯାଇଥିବା ଦୂରଦୃଷ୍ଟି, ବିଚକ୍ଷଣତା ଏବଂ କୂଟନୈତିକ ବୁଦ୍ଧିକୁ ଆମେ ପ୍ରଶଂସା କରୁଛୁ।

India-Pakistan War Stop ଶନିବାର ସକାଳେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କ ରୁବିଓ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିରଙ୍କ ସହ କଥା ହୋଇଥିଲେ। ରୁବିଓ ମୁନିରଙ୍କୁ ଶାନ୍ତ ରହିବାକୁ କହିଥିଲେ। ରୁବିଓ କହିଛନ୍ତି ଯେ ଏହି ମାମଲାକୁ ଆଗକୁ ବଢାଇବା ଦ୍ୱାରା ପାକିସ୍ତାନର କ୍ଷତି ହେବ। ରୁବିଓ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠାରେ ଏକ ବଡ଼ ଭୂମିକା ଗ୍ରହଣ କରିବା ବିଷୟରେ କହିଥିଲେ। ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ପାକିସ୍ତାନର ଉପପ୍ରଧାନମନ୍ତ୍ରୀ ଇସାକ ଡାର ଏକ ବୟାନ ଦେଇଛନ୍ତି। ଡାର କହିଛନ୍ତି ଯେ ଆମେ ଯୁଦ୍ଧବିରତି ପାଇଁ ରାଜି। ପରେ ଯାହା ହେବ, ଆମେ ତାହାକୁ ଗ୍ରହଣ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri