Posted inଜାତୀୟ

ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ ପୁଣି ଆଟାକ୍‌ କଲା ପାକିସ୍ତାନ, କଶ୍ମୀରରେ ବଡ଼ ବିସ୍ଫୋରଣ

କଶ୍ମୀର,୧୦।୫: ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ, ପାକିସ୍ତାନ ପୁଣି ଥରେ ତାର ଅସଲ ଚେହେରା ଦେଖାଇଛି। ପାକ୍‌ ପୁଣି ଭାରତ ଉପରେ ଡ୍ରୋନ ଆଟାକ୍‌ କରିଛି। ପାକିସ୍ତାନ LOC ଉପରେ ପୁଣି ଗୁଳି ଚଳାଇଛି। ଯାହାର ଜବାବ ମଧ୍ୟ ଦେଇଛି ଭାରତୀୟ ସେନା। ଜମ୍ମୁର ଅନେକ ଅଞ୍ଚଳରେ ପାକିସ୍ତାନ ଗୁଳି ଚଳାଇଛି।

Pakistan Violeted Ceasefire: ମାତ୍ର 3 ଘଣ୍ଟା ପରେ ପାକିସ୍ତାନ ଅସ୍ତ୍ରବିରତି ଭାଙ୍ଗିଛି। LoCରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ଅଖନୁର, ରଜୌରୀ ଓ ପୁଞ୍ଚରେ ଅସ୍ତ୍ରବିରତି ଉଲ୍ଲଙ୍ଘନ ହୋଇଛି। ଏନେଇ ଜାତୀୟ ଗଣମାଧ୍ୟମର ସୂଚନା ପ୍ରକାଶ ପାଇଛି। ଉଦାମପୁର, ଅଖନୋର, ନୋଶେରା, ପୁଞ୍ଚ, ମେଘର, ଜମ୍ମୁ, ସୁନ୍ଦରବାନୀ, ଆରଏସ ପୁର, ଆର୍ନିଆ ଏବଂ କାଥୁଆ ଅଞ୍ଚଳରେ ପ୍ରବଳ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି।

Pakistan Violeted Ceasefire: କହିରଖୁଛୁ କି, କିଛି ସମୟ ପୂର୍ବରୁ ଅସ୍ତ୍ରବିରତି ହୋଇଥିଲା। ଏନେଇ ସରକାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଥିଲେ। ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି।

ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ହୋଇଛି। ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ଉଭୟ ସହମତି ହୋଇଛୁ। ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ହୋଇଛି। ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା। ୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି। ଆସନ୍ତା ୧୨ ତାରିଖ ୧୨ଟାରେ DGMO ସ୍ତରୀୟ ପୁଣି ଆଲୋଚନା ହେବ।

 

ଭାରତ-ପାକିସ୍ତାନ ଯୁଦ୍ଧ ଉତ୍ତେଜନା ଭିତରେ ବଡ଼ ଖବର। ଯୁଦ୍ଧବିରତି ନେଇ ଦୁଇ ଦେଶ ସହମତି ହୋଇଛନ୍ତି। ଏନେଇ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ରହିଛି। ଏନେଇ ସୋସିଆଲ ମିଡିଆରେ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଉଭୟ ଦେଶ ଶାନ୍ତି ପାଇଁ ସହମତ ହୋଇଛନ୍ତି। ଆମେ ଉଭୟଙ୍କୁ ବୁଝାଇବାକୁ ଚେଷ୍ଟା କଲୁ, ଏବଂ ଆମେ ଏଥିରେ ସଫଳ ହୋଇଛି।

ଉଭୟ ଦେଶରେ ସୃଷ୍ଟି ହେଉଥିବା ପରିବେଶକୁ ଶାନ୍ତ କରିବା ଆବଶ୍ୟକ। ଆମେ ଗତକାଲି ରାତିରୁ ଏହା ଚେଷ୍ଟା କରିବା ଆରମ୍ଭ କରିଥିଲୁ ଏବଂ ଉଭୟ ଦେଶ ଏଥିରେ ରାଜି ହୋଇଛନ୍ତି। ଏବେ ଉଭୟ ଯୁଦ୍ଧବିରତି ପାଇଁ ପ୍ରସ୍ତୁତ ବୋଲି ଟ୍ରମ୍ପ କହିଛନ୍ତି।

 

 

India-Pakistan War Stop ଟ୍ରମ୍ପ ଆହୁରି କହିଛନ୍ତି, ଜେଡି ଭାନ୍ସ ଏବଂ ମୁଁ ଭାରତ ଏବଂ ପାକିସ୍ତାନର ବରିଷ୍ଠ ଅଧିକାରୀଙ୍କ ସହ କଥା ହୋଇଛୁ, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଶେହବାଜ ସରିଫ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ସେନା ମୁଖ୍ୟ ଅସୀମ ମୁନିର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ଅସୀମ ମାଲିକ ସାମିଲ ଅଛନ୍ତି। ମୁଁ ଖୁସିର ସହିତ ଘୋଷଣା କରୁଛି ଯେ ଭାରତ ଏବଂ ପାକିସ୍ତାନ ସରକାର ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି ଏବଂ ଏକ ନିରପେକ୍ଷ ସ୍ଥାନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ସରିଫଙ୍କ ଦ୍ୱାରା ଶାନ୍ତିପୂର୍ଣ୍ଣ ପଥ ବାଛିବା କ୍ଷେତ୍ରରେ ପ୍ରଦର୍ଶନ କରାଯାଇଥିବା ଦୂରଦୃଷ୍ଟି, ବିଚକ୍ଷଣତା ଏବଂ କୂଟନୈତିକ ବୁଦ୍ଧିକୁ ଆମେ ପ୍ରଶଂସା କରୁଛୁ।

India-Pakistan War Stop ଶନିବାର ସକାଳେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କ ରୁବିଓ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିରଙ୍କ ସହ କଥା ହୋଇଥିଲେ। ରୁବିଓ ମୁନିରଙ୍କୁ ଶାନ୍ତ ରହିବାକୁ କହିଥିଲେ। ରୁବିଓ କହିଛନ୍ତି ଯେ ଏହି ମାମଲାକୁ ଆଗକୁ ବଢାଇବା ଦ୍ୱାରା ପାକିସ୍ତାନର କ୍ଷତି ହେବ। ରୁବିଓ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠାରେ ଏକ ବଡ଼ ଭୂମିକା ଗ୍ରହଣ କରିବା ବିଷୟରେ କହିଥିଲେ। ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ପାକିସ୍ତାନର ଉପପ୍ରଧାନମନ୍ତ୍ରୀ ଇସାକ ଡାର ଏକ ବୟାନ ଦେଇଛନ୍ତି। ଡାର କହିଛନ୍ତି ଯେ ଆମେ ଯୁଦ୍ଧବିରତି ପାଇଁ ରାଜି। ପରେ ଯାହା ହେବ, ଆମେ ତାହାକୁ ଗ୍ରହଣ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?