Posted inଖେଳ

‘୧୨-୦’ ରେକର୍ଡକୁ ଭୁଲାଇ ଦେଲା ପାକିସ୍ତାନ

ଦୁବାଇ,୨୪।୧୦: କ୍ରିକେଟ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ପାକିସ୍ତାନଠାରୁ ପରାସ୍ତ ହୋଇଛି ଭାରତ। ଏଥିପୂର୍ବରୁ ବିଶ୍ୱକପ୍‌ରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ କଦାପି ହାରି ନ ଥିଲା। ରେକର୍ଡ ୧୨-୦ ଥିଲା। ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତକୁ ୧୦ ଉଇକେଟରେ ହରାଇ ପୁରୁଣା ରେକର୍ଡକୁ ଭୁଲାଇ ଦେଇଛି ପାକିସ୍ତାନ। ମ୍ୟାଚ୍‌ର ଏଭଳି ଫଳାଫଳ ସହ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ବିଜୟ-ପରାଜୟ ରେକର୍ଡ ୧୨-୧ ଥିଲା।

ଭାରତ ପକ୍ଷରୁ ଧାର୍ଯ୍ୟ ୧୫୨ ରନ୍‌ର ବିଜୟଲକ୍ଷ୍ୟକୁ ପାକିସ୍ତାନ ପାଇଁ ଅତି ସାଧାରଣ ସାବ୍ୟସ୍ତ କରି ଦେଇଥିଲେ ବାବର ଆଜାମ ଓ ମହମ୍ମଦ ରିଜଓ୍ବାନ। ଦୁହେଁ କୌଣସି ଭାରତୀୟ ବୋଲରଙ୍କୁ ଛାଡ଼ି ନ ଥିଲେ। ନା ବରୁଣ ଚକ୍ରବର୍ତ୍ତୀଙ୍କ ମିଷ୍ଟ୍ରି ବୋଲିଂ କାମ କରିଥିଲା ନା ଯଶପ୍ରୀତ ବୁମରାଙ୍କ ୟର୍କର। ପାକିସ୍ତାନ ବିନା କୌଣସି ଉଇକେଟ ହରାଇ ମ୍ୟାଚ୍‌ ଜିତି ନେଇଥିଲା। ରିଜଓ୍ବାନ ୭୯ (୬ ଚୌକା ଓ ୩ ଛକା) ଓ ବାବର ୬୮ (୬ ଚୌକା ଓ ୨ ଛକା) ରନ୍‌ର ଇନିଂସ ଖେଳିଥିଲେ। ଫଳରେ ପାକିସ୍ତାନ ୧୭.୫ ଓଭରରେ ୧୫୨ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ୩ ଜଣଙ୍କ ଗଲା ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri