ପାକିସ୍ତାନ ସଡ଼କ ଦୁର୍ଘଟଣା: ୧୩ ମୃତ ୫ ଗୁରୁତର

କରାଚି,୨୭ ।୯: ପାକିସ୍ତାନରେ ହାଇଦ୍ରାବାଦରୁ କରାଚି ଆସୁଥିବା ଏକ ବସ୍ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ୧୩ ଜଣଙ୍କ ମୃତ୍ୟୁ ହେବାସହ ୫ ଜଣ ଗୁରୁତର ଥିବା ସୂଚନା ମିଳିଛି । ତେବେ ବସ୍‌ଟି ଦ୍ରୁତ ଗତିରେ ଆସୁଥିବା ବେଳେ ସଡ଼କରେ ଖସି ଯିବାରୁ ଏଥିରେ ନିଆଁ ଲାଗି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ପୋଲିସ ଓ ଉଦ୍ଧାରକାରୀ ଦଳର ସୂଚନା ଅନୁଯାୟୀ, ଦ୍ରୁତ ଗତିରେ ଯାଉଥିବା ବସ୍‌ରେ ହଠାତ୍ ବ୍ରେକ୍ ଲଗାଇବାରୁ ଏହା ଓଲଟି ଯାଇ ଏଥିରେ ନିଆଁ ଲାଗିଯିବାରୁ ଦୁର୍ଘଟଣା ଘଟିଥିଲା । ନୁରିୟାବାଦ ଅଞ୍ଚଳରେ ଘଟିଥିବା ଏହି ଘଟଣାରେ ମୃତକଙ୍କ ସଖ୍ୟା ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି । ଉଦ୍ଧାରକାରୀ ଦଳ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ଆହତଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri