Posted inଖେଳ

ପୁଣି କୋହଲିଙ୍କୁ ଟପିଲେ ବାବର: ଏକାସଙ୍ଗେ ୪ କ୍ରିକେଟର୍‌ଙ୍କ ରେକର୍ଡ ଭାଙ୍ଗିଲେ

ରୋଟରଡାମ,୧୭।୮: ରୋଟରଡାମରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ପାକିସ୍ତାନ ନେଦରଲ୍ୟାଣ୍ଡକୁ ୧୬ ରନ୍‌ରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୫୦ ଓଭରରେ ୬ ଉଇକେଟ ହରାଇ ୩୧୪ ରନ ସଂଗ୍ରହ କରିଥିଲା। ଫଖର ଜମାନ ୧୦୯ ରନ ଏବଂ ଅଧିନାୟକ ବାବର ଆଜାମ ୭୪ ରନ ସ୍କୋର କରିଥିଲେ। ଏହାର ଜବାବରେ ନେଦରଲ୍ୟାଣ୍ଡ ଦଳ କେବଳ ୫୦ ଓଭରରେ ୮ ଉଇକେଟ ହରାଇ ୨୯୮ ରନ କରିପାରିଥିଲା।
ଏହି ମ୍ୟାଚରେ ବାବର ୮୫ ବଲରେ ୭୪ ରନ ସଂଗ୍ରହ କରି ଆଉ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ କେବଳ ବିରାଟ କୋହଲିଙ୍କୁ ନୁହେଁ, ଚାରିଜଣ ବ୍ୟାଟ୍ସମ୍ୟାନଙ୍କୁ ପଛରେ ପକାଇଛନ୍ତି। ବାବରଙ୍କ ଦିନିକିଆ କ୍ୟାରିୟରର ଏହା ୧୪ତମ ଅର୍ଦ୍ଧଶତକ ଥିଲା। ବାବର ବର୍ତ୍ତମାନ ପ୍ରାରମ୍ଭିକ ୮୮ ଇନିଂସ ପରେ ଦିନିକିଆରେ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ଏହି ମାମଲାରେ ସେ ହାସିମ ଆମଲା, କୋହଲି ଏବଂ ଭିଭିଆନ ରିଚାର୍ଡସଙ୍କୁ ପଛରେ ପକାଇ ଦେଇଛନ୍ତି।
୮୮ ଇନିଂସ ପରେ ବାବର ଦିନିକିଆରେ ୪୫୧୬ ରନ କରିଛନ୍ତି। ଏଥିସହିତ ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର ଆମଲା ୮୮ ଇନିଂସ ପରେ ୪୪୭୩ ରନ ସଂଗ୍ରହ କରିଥିଲେ। ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଆନ ରିଚାର୍ଡସ ତାଙ୍କର ପ୍ରାରମ୍ଭିକ ୮୮ ଇନିଂସ ପରେ ଦିନିକିଆରେ ୪୦୩୮ ରନ ସ୍କୋର କରିଥିଲେ। ଏଥି ସହିତ ୱେଷ୍ଟଇଣ୍ଡିଜର ଶାଇ ହୋପ ୮୮ ଇନିଂସ ପରେ ୪୦୨୬ ରନ ସଂଗ୍ରହ କରିଥିଲେ। ଭାରତର ବିରାଟ କୋହଲି ପ୍ରାରମ୍ଭିକ ୮୮ ଇନିଂସ ପରେ ଦିନିକିଆରେ ୩୮୮୬ ରନ ସଂଗ୍ରହ କରିଥିଲେ। ବାବର ସମସ୍ତଙ୍କୁ ପଛରେ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?