Posted inଖେଳ

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର ଏକ ମ୍ୟାଚରେ ଭାରତୀୟ ଓପନର ଶେଫଳାଳି ବର୍ମାଙ୍କ ଉଇକେଟ ପତନ ପରେ ତାଙ୍କ ପ୍ରତି ‘ଆପତ୍ତିଜନକ ଇଙ୍ଗିତ’ କରିଥିଲେ। ଭାରତୀୟ ଇନିଂସର ଦ୍ୱିତୀୟ ଓଭରରେ ଏହି ଘଟଣା ଘଟିଥିଲା। ଶେଫାଳିଙ୍କୁ ଆଉଟ କରିବା ପରେ ଫାତିମା ତାଙ୍କୁ ଇଙ୍ଗିତ କରି ପ୍ୟାଭିଲିଅନକୁ ରାସ୍ତା ଦେଖାଇଥିଲେ।

ପାକିସ୍ତାନ ଅଧିନାୟିକା ଖେଳାଳି ଓ ଖେଳାଳିଙ୍କ ସପୋର୍ଟ ଷ୍ଟାଫ୍‌ଙ୍କ ପାଇଁ ଉଦ୍ଦିଷ୍ଟ ଆଇସିସି ଆଚରଣବିଧିର ଧାରା ୨.୫ର ଲେଭଲ-୧ ନିୟମର ଉଲ୍ଲଂଘନ କରିଛନ୍ତି। ଜରିମାନା ବ୍ୟତୀତ ତାଙ୍କ ଶୃଙ୍ଖଳାଗତ ଖାତାରେ ଏକ ଡିମେରିଟ୍‌ ପଏଣ୍ଟ ଯୋଗ କରାଯାଇଛି।

୨୪ ମାସ ମଧ୍ୟରେ ଦ୍ୱିତୀୟ ଥର ତାଙ୍କର ଡିମେରିଟ୍‌ ପଏଣ୍ଟ ଯୋଗ କରାଯାଇଛି। ୨୦୨୫ ଅଗଷ୍ଟ ୬ରେ ଡବଲିନ୍‌ଠାରେ ଆୟର୍ଲାଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ ସିରିଜ ବେଳେ ଫିତିମାଙ୍କୁ ଏକ ଡିମେରିଟ୍‌ ପଏଣ୍ଟ ମିଳିଥିଲା। ଫାତିମ ନିଜ ଦେଶଷ ସ୍ବୀକାର କରିବା ସହ ଏମିରେଟ୍‌ ଆଇସିସି ଇଣ୍ଟରନ୍ୟାଶନାଲ ପ୍ୟାନେଲ ଅଫ୍‌ ମ୍ୟାଚ ରେଫରିଜ୍‌ର ସୁପ୍ରିୟା ରାଣୀ ଦାସଙ୍କ ଦ୍ୱାରା ପ୍ରସ୍ତାବିତ ଦଣ୍ଡକୁ ଗ୍ରହଣ କରିନେଇଥିଲେ, ଫଳରେ ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକ ପଡ଼ି ନ ଥିଲା।

ଅନ୍‌-ଫିଲ୍ଡ ଅମ୍ପାୟର ନିମାଲି ପେରେରା ଓ ଶାଥିରା ଜାକିର ଜେସି, ତୃତୀୟ ଅମ୍ପାୟର ରୋକିୟା ସୁଲ୍‌ତାନା ଏବଂ ଫିଲ୍ଡ ଅମ୍ପାୟର ରବାବ ଏହସାନ ପ୍ରମୁଖ ଫାତିମାନଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ଲେଭଲ-୧ ଉଲ୍ଲଂଘନ କଲେ ଏଥିରେ ସର୍ବନିମ୍ନ ଏକ ବିଧିବଦ୍ଧ ଭର୍ତ୍ସନା, ସର୍ବାଧିକ ଜରିମାନା ଜଣେ ଖେଲାଳିଙ୍କ ମ୍ୟାଚ ଫି’ର ୫୦ ପ୍ରତିଶତ ଜରିମାନା ଏବଂ ଗୋଟିଏ କିମ୍ବା ଦୁଇଟି ଡିମେରିଟ୍‌ ପଏଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri