ସ୍ବତନ୍ତ୍ର, ନିରପେକ୍ଷ ନିର୍ବାଚନ ପାଇଁ ଆମେରିକାକୁ ଆଶ୍ୱାସନା ଦେଲେ କକର, କହିଲେ ପାକ୍‌-ଆମେରିକା ସହଭାଗୀତା ମହତ୍ୱପୂର୍ଣ୍ଣ

ଇସଲାମାବାଦ,୧୭।୮: ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଅନୱାର-ଉଲ-ହକ କକର ଆମେରିକାକୁ ଦେଶରେ ସ୍ବତନ୍ତ୍ର ଏବଂ ନିରପେକ୍ଷ ନିର୍ବାଚନ ପ୍ରକ୍ରିୟାକୁ ନିଶ୍ଚିତ କରିଛନ୍ତି। ଅଗଷ୍ଟ ୧୨ରେ କାର୍ଯ୍ୟକାଳ ଶେଷ ହୋଇଥିବାରୁ ପାକିସ୍ତାନରେ ଆସନ୍ତା ମାସରେ ସାଧାରଣ ନିର୍ବାଚନ ହେବାର ସମ୍ଭାବନା ରହିଛି। ବୁଧବାର ବିଳମ୍ବିତ ରାତିରେ କକର ଟୁଇଟ୍‌ କରି କହିଛନ୍ତି, ମଧ୍ୟବର୍ତ୍ତୀକାଳୀନ ସରକାର ସମ୍ବିଧାନର ଅନୁସାରେ, ପାକିସ୍ତାନରେ ସ୍ବତନ୍ତ୍ର ଏବଂ ନିରପେକ୍ଷ ନିର୍ବାଚନ ପ୍ରକ୍ରିୟାକୁ ସୁବିଧାଜନକ କରିବା ପାଇଁ ଅଧିକ ଯତ୍ନବାନ ସହିତ କାର୍ଯ୍ୟ କରିବେ।

ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ଙ୍କ ଅଭିନନ୍ଦନ ଟୁଇଟ୍‌ର ଜବାବରେ ସେ ଏହି ଟୁଇଟ କରିଛନ୍ତି। ୧୨ ଅଗଷ୍ଟରେ କକର ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତ ହୋଇଥିଲେ। ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ହୋଇଥିବାରୁ କକରଙ୍କୁ ଅଭିନନ୍ଦନ ଜଣାଇ ବ୍ଲିଙ୍କେନ୍‌ ଟୁଇଟ୍‌ କରି କହିଛନ୍ତି, ପାକିସ୍ତାନ ଏହାର ସମ୍ବିଧାନ, ଅଭିବ୍ୟକ୍ତି ଏବଂ ଜନସମୂହର ସ୍ବତନ୍ତ୍ରତାର ଅଧିକାର ଅନୁସାରେ, ସ୍ବତନ୍ତ୍ର ଏବଂ ନିରପେକ୍ଷ ନିର୍ବାଚନ କରିବାକୁ ପ୍ରସ୍ତୁତ ହେଉଥିବାବେଳେ ଆମେ ଆର୍ଥିକ ସମୃଦ୍ଧତା ପାଇଁ ଆମର ସହଭାଗୀତାକୁ ଆଗକୁ ବଢାଇବାକୁ ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri