ଆତଙ୍କବାଦ ବିରୋଧରେ ଲଢ଼ିବେ ପାକିସ୍ତାନ-ଚାଇନା-ଆଫଗାନିସ୍ତାନ…

ଇସଲାମାବାଦ,୮।୫ : ଆତଙ୍କବାଦ ମୁକାବିଲା ପାଇଁ ପାକିସ୍ତାନ, ଚାଇନା ଏବଂ ଆଫଗାନିସ୍ତାନ ମିଳିତ ଭାବେ କାର୍ଯ୍ୟ କରିବାକୁ ସହମତ ହୋଇଛନ୍ତି। ବିଭିନ୍ନ ଆର୍ଥିକ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସେମାନଙ୍କ ମଧ୍ୟରେ ଏକ ଚୁକ୍ତିନାମା ମଧ୍ୟ ହୋଇଛି। ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟ ଏକ ବିବୃତ୍ତିରେ କହିଛି, ଇସଲାମାବାଦରେ ଚାଇନା-ପାକିସ୍ଥାନ-ଆଫଗାନିସ୍ତାନ ତ୍ରିପାକ୍ଷିକ ବୈଦେଶିକ ମନ୍ତ୍ରୀଙ୍କ ଆଲୋଚନା ଅନୁଷ୍ଠିତ ହୋଇଥିଲା। ଏହି ତିନି ଦେଶର ବୈଦେଶିକ ମନ୍ତ୍ରୀମାନେ ଏଥିରେ ଯୋଗ ଦେଇଥିଲେ।

ବିବୃତ୍ତି ଅନୁଯାୟୀ, ତ୍ରିପାକ୍ଷିକ ଢାଞ୍ଚାରେ ରାଜନୈତିକ ଯୋଗଦାନ, ଆତଙ୍କବାଦ ବିରୋଧୀ ସହଯୋଗ, ବାଣିଜ୍ୟ, ପୁଞ୍ଜି ବିନିଯୋଗ ଏବଂ ସଂଯୋଗକୁ ବୃଦ୍ଧି କରିବାକୁ ତିନି ପକ୍ଷ ସହମତ ହୋଇଥିଲେ। ଏହି ବୈଠକ ପାଇଁ ଆଫଗାନିସ୍ତାନର କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ ଆମୀର ଖାନ ମୁତକିଙ୍କୁ ମିଳିତ ଜାତିସଂଘ ପକ୍ଷରୁ ପାକିସ୍ତାନ ଯାତ୍ରା କରିବାକୁ ସ୍ବତନ୍ତ୍ର ଅନୁମତି ଦିଆଯାଇଥିଲା। ତ୍ରିପାକ୍ଷିକ ବୈଠକରେ ଯୋଗଦେବା ପାଇଁ ଗୋଆରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକ ପରେ ଚାଇନା ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗ ପାକିସ୍ତାନକୁ ଯାଇଥିଲେ।

ଏହି ସମୟରେ ଆଫଗାନିସ୍ତାନର କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ ମୁତକି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ଜାରଦାରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟଙ୍କ ମଧ୍ୟରେ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଶାନ୍ତି ଏବଂ ନିରାପତ୍ତାକୁ ଦୃଷ୍ଟିରେ ରଖି ସେମାନେ ଆତଙ୍କବାଦ ମୁକାବିଲା ପାଇଁ ସହଯୋଗକୁ ମଜବୁତ କରିବାକୁ ଗୁରୁତ୍ୱାରୋପ କରିଥିଲେ। ମୁତକି ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ସୟଦ ଅସୀମ ମୁନୀରଙ୍କୁ ମଧ୍ୟ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri