Posted inଜାତୀୟ

ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ-ଚାଇନା ମିଳିତ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌…

ଶ୍ରୀନଗର,୧।୧୨: ଜମ୍ମୁ-କଶ୍ମୀରର ଏଲ୍‌ଓସି ବାଟେ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ତେବେ ଏବେ ପାକିସ୍ତାନ ସହିତ ଏନେଇ ଚାଇନା ହାତ ମିଳାଇଛି। ହୋଇଥିବା ଏକ ଅନୁପ୍ରବେଶ ଷଡ଼ଯନ୍ତ୍ରର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ଗୁପ୍ତ ତଥ୍ୟ ଆଧାରରେ ଜଣାପଡ଼ିଛି ଯେ, ଡ୍ରୋନ ପରେ ହ୍ୟାଣ୍ଡ ଗ୍ଲାଇଡିଂ ମାଧ୍ୟମରେ ପାକିସ୍ତାନ ଏକ ନୂଆ ଆତଙ୍କବାଦୀ ଷଡଯନ୍ତ୍ର ରଚିଛି।

ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଲାଗି ପାକିସ୍ତାନ ହ୍ୟାଣ୍ଡ ଗ୍ଲାଇଡିଂ ଉପରେ ତାଲିମ ଦେଉଛି। ହ୍ୟାଣ୍ଡ ଗ୍ଲାଇଡିଂ ମାଧ୍ୟମରେ ୧୬ କିଲୋଗ୍ରାମ ବିସ୍ଫୋରକ କିମ୍ବା ଅନ୍ୟ କୌଣସି ସାମଗ୍ରୀ ଅବା ଅସ୍ତ୍ରଶସ୍ତ୍ର ୬୦୦ ମିଟରରୁ ୧୨୦୦ ମିଟର ପର୍ଯ୍ୟନ୍ତ ପଠାଯାଇ ପାରିବ। ଏହା ସହିତ ଏକ କିଲୋମିଟର ଦୂରରୁ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ଅବା କାର୍ଯ୍ୟାଳୟ ଉପରେ ଆକ୍ରମଣ ମଧ୍ୟ କରାଯାଇ ପାରିବ। ଭାରତ-ପାକିସ୍ଥାନ ସୀମାରେ ପାକିସ୍ତାନୀ ରେଞ୍ଜର୍ସଙ୍କ ସହ ଚାଇନା ସାମରିକ ବିଶେଷଜ୍ଞମାନଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ତୁଷାରପାତ ସମୟରେ ଆତଙ୍କବାଦୀଙ୍କୁ ହ୍ୟାଣ୍ଡ ଗ୍ଲାଇଡର ମାଧ୍ୟମରେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାର ତାଲିମ ଦିଆଯାଉଛି।

ଇତିମଧ୍ୟରେ ଆଫଗାନିସ୍ତାନରେ ଲଢୁଥିବା ୮,୦୦୦ ଆତଙ୍କବାଦୀ ପାକିସ୍ତାନର ବିଭିନ୍ନ ଶିବିରକୁ ଫେରିଛନ୍ତି।
ଡ୍ରୋନ ଆଣ୍ଟି ସିଷ୍ଟମ ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆଠଟି କମ୍ପାନୀ ସହିତ ଯୋଗାଯୋଗ କରାଯାଇଛି। ବିଏସଏଫ ଅନୁଯାୟୀ, ଗତ ଏକ ବର୍ଷ ମଧ୍ୟରେ ୬୭ଟି ଡ୍ରୋନକୁ ସୀମାରେ ଦେଖିବାକୁ ମିଳିଛି। ଚିନ୍ତା ଜନକ ବିଷୟ ହେଉଛି ଯେ, ଡ୍ରୋନ ବିପଦର ମୁକାବିଲା କରିବା ପାଇଁ ଏପର୍ଯ୍ୟନ୍ତ କୌଣସି ଫୁଲ୍‌ ପ୍ରୁଫ ନିର୍ଭର ଯୋଗ୍ୟ ସିଷ୍ଟମ୍‌ ଭାରତ ପାଖରେ ନାହିଁ।

ଏପରିସ୍ଥଳେ ଏଲ୍‌ଓସି ନିକଟରେ ଥିବା ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରେ ଥିବା ଲଞ୍ଚ୍‌ପ୍ୟାଡ୍‌ ସକ୍ରିୟ ହେବାରେ ଲାଗିଥିବାରୁ ଭାରତୀୟ ସେନା ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?