ପାକିସ୍ତାନରେ ଜଣେ ମୌଲାନାଙ୍କୁ ହତ୍ୟା, ବିନା ପ୍ରମାଣରେ ଭାରତ ଉପରେ ଦୋଷ ଲଦିଲେ ଇମ୍ରାନ ଖାନ୍‌

ଇସଲମାବାଦ,୧୧।୧୦: ପାକିସ୍ତାନର କରାଚିରେ ଜଣେ ପ୍ରଭାବଶାଳୀ ସୁନ୍ନି ମୌଲାନା ଆଦିଲ ଖାନଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ହତ୍ୟାକୁ ସବୁଆଡେ ସମାଲୋଚନା କରାଯାଉଛି। ଏହି ଘଟଣା ଦେଶରେ ଶିଆ ଏବଂ ସୁନ୍ନି ସମ୍ପ୍ରଦାୟ ମଧ୍ୟରେ ହିଂସା ସୃଷ୍ଟି କରିବାର ଏକ ପ୍ରୟାସ ବୋଲି କୁହାଯାଉଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏହି ଘଟଣାରେ ଭାରତ ଉପରେ ଦୋଷ ଲଦିଛନ୍ତି। କିନ୍ତୁ ଏଥିରେ କୌଣସି ପ୍ରମାଣ ନାହିଁ। କରାଚିରେ ଥିବା ଜାମିଆ ଫାରୁକିଆ ମାଦ୍ରାସର ମୁଖ୍ୟ ମୌଲାନା ଡାକ୍ତର ଆଦିଲ ଖାନଙ୍କୁ ଶନିବାର ଆକ୍ରମଣ କରାଯାଇଥିଲା। ପୋଲିସର ସୂଚନାନୁସାରେ, ଏକ ଶପିଂ ସେଣ୍ଟର ନିକଟରେ ଆଦିଲ ଖାନଙ୍କୁ ନେଇ ଯାଉଥିବା କାର ଅଟକି ଥିବା ସମୟରେ ବାଇକ୍‌ରେ ଯାଉଥିବା କିଛି ଦୁର୍ବୁତ୍ତ ତାଙ୍କ ଉପରକୁ ଗୁଳି ଚଳାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। ଘଟଣାରେ ତାଙ୍କ ଡ୍ରାଇଭର୍‌ଙ୍କ ମଧ୍ୟ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri