Posted inଜାତୀୟ

ପାକିସ୍ତାନର ଷଡ଼ଯନ୍ତ୍ର, ନୂଆ ଦଳ ଗଠନ ପାଇଁ ଆତଙ୍କବାଦୀଙ୍କୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୬।୧୨: ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ଭାରତରେ ଅନୁପ୍ରବେଶ ଏବଂ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି। ବିଭିନ୍ନ ଆତଙ୍କବାଦୀ ସଂଗଠନ ସହ ଏକ ବୈଠକରେ ଆଇଏସଆଇ ନିର୍ଦ୍ଦେଶ ଦେଇଛି ଯେ ଜମ୍ମୁ-କଶ୍ମୀର ଏବଂ ଭାରତରେ ଆକ୍ରମଣ ପାଇଁ ନୂଆ ଦଳ ଗଠନ କରାଯାଉ। ଏହି ଦଳ ଭାରତରେ ଆକ୍ରମଣ ଲାଗି ଯୋଜନା ପ୍ରସ୍ତୁତ କରିବ। ଦାୟୀ ହେବା ଉଚିତ୍। ଆତ୍ମସମର୍ପଣ କରିଥିବା ଆତଙ୍କବାଦୀମାନେ ଭାରତୀୟ ସୁରକ୍ଷା ବାହିନୀଙ୍କୁ ପଚରାଉଚରା ସମୟରେ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

ପାକିସ୍ତାନୀ ଗୁପ୍ତଚର ସଂସ୍ଥାର ନିର୍ଦ୍ଦେଶ ଅନୁସାରେ ବିଭିନ୍ନ ଆତଙ୍କବାଦୀ ସଂଗଠନ ଆତ୍ମସମର୍ପଣ କରିଥିବା ଆତଙ୍କବାଦୀଙ୍କ ସହ ଯୋଗାଯୋଗରେ ଅଛନ୍ତି। ଗତ ୧୫ ଦିନ ମଧ୍ୟରେ ନିହତ ହୋଇଥିବା ୧୨ଜଣ ଆତଙ୍କବାଦୀଙ୍କ ମଧ୍ୟରେ ବହୁ ବିଦେଶୀ ଆତଙ୍କବାଦୀଙ୍କ ସମେତ ଆତଙ୍କବାଦୀ କମାଣ୍ଡରମାନେ ମଧ୍ୟ ସାମିଲ ହୋଇଥିବାର ଦେଖିବାକୁ ମିଳିଛି।

ଉରି ଏବଂ ତଙ୍ଗଧାର ବାଟେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଯୋଗାଇ ଦେବାକୁ ଆଇଏସ୍‌ଆଇ ନିର୍ଦ୍ଦେଶ ଦେଇଛି। ଏହି ସୂଚନା ପାଇବା ପରେ ଏଲ୍‌ ଓସିରେ ଭାରତୀୟ ସୁରକ୍ଷା ବାହିନୀଙ୍କୁ ପାକିସ୍ତାନ ପଟୁ ଆସୁଥିବା ଡ୍ରୋନ ଉପରେ ନଜର ରଖିବାକୁ କୁହାଯାଇଛି। ଏହା ସହିତ ଏକ ହିଟ୍‌ ଲିଷ୍ଟ ମଧ୍ୟ ପ୍ରସ୍ତୁତ କରାଯାଇଛି। ସେହିପରି ଏଲ୍‌ଓସିରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri