କୁଳଭୂଷଣ ଯାଦବ ମାମଲା: ଏପ୍ରିଲ ୧୩ ସୁଦ୍ଧା ଓକିଲ ନିଯୁକ୍ତି ପାଇଁ ଭାରତକୁ କହିଲା ପାକିସ୍ତାନ

ଇସଲାମାବାଦ,୫ା୩: ପାକିସ୍ତାନୀ ହାଇକୋର୍ଟ  ଭାରତକୁ କୁଳଭୂଷଣ ଯାଦବଙ୍କ ପାଇଁ ଜଣେ ଓକିଲ ନିଯୁକ୍ତ କରିବାକୁ କହିଛନ୍ତି। ଗୁପ୍ତଚର ତଥା ଆତଙ୍କବାଦ ଅଭିଯୋଗରେ ଏପ୍ରିଲ ୨୦୧୭ରେ ପାକିସ୍ତାନୀ ସାମରିକ କୋର୍ଟ ଦ୍ୱାରା ୫୧ ବର୍ଷୀୟ ଅବସରପ୍ରାପ୍ତ ଭାରତୀୟ ନୌସେନା ଅଧିକାରୀ କୁଳଭୂଷଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଥିଲା। ତାଙ୍କୁ କନ୍‌ସୁଲାର ସୁବିଧା ଯୋଗାଇ ନ ଥିବାରୁ ଭାରତ ପାକିସ୍ତାନ ବିରୋଧରେ ଅନ୍ତର୍ଜାତୀୟ କୋର୍ଟ (ଆଇସିଜେ) ନିକଟରେ ପହଞ୍ଚି ଯାଦବଙ୍କ ଦଣ୍ଡକୁ ଚ୍ୟାଲେଞ୍ଜ କରିଥିଲା।

ଉଭୟ ପକ୍ଷର ଶୁଣାଣି ପରେ ହେଗ୍‌ସ୍ଥିତ ଆଇସିଜେ ଜୁଲାଇ ୨୦୧୯ରେ ଏକ ନିଷ୍ପତ୍ତି ନେଇ ପାକିସ୍ତାନକୁ ଯାଦବଙ୍କୁ ଭାରତର କନସୁଲାର ସୁବିଧା ପ୍ରଦାନ କରିବା ସହ ତାଙ୍କ ଦଣ୍ଡର ସମୀକ୍ଷା କରିବାକୁ କହିଛି। ଇସଲାମାବାଦ ହାଇକୋର୍ଟ ଅଗଷ୍ଟ ୨୦୨୦ରେ ପ୍ରଧାନ ବିଚାରପତି ଅଥର ମୀନାଲାହା, ଜଷ୍ଟିସ ଆମିର ଫାରୁକ ଏବଂ ଜଷ୍ଟିସ ମିଆଙ୍ଗୁଲ ହାସନ ଔରଙ୍ଗଜେବଙ୍କ ତିନିଜଣିଆ ବୃହତ ବେଞ୍ଚ୍‌ ଗଠନ କରିଥିଲେ। ଯାହାକି କୁଳଭୂଷଣଙ୍କ ପାଇଁ ପାକିସ୍ତାନରୁ ଓକିଲ ନିଯୁକ୍ତ କରିବାକୁ ଭାରତକୁ ବାରମ୍ବାର କହିଥିଲା। ଏବେ ଯାଦବଙ୍କ ପାଇଁ ଜଣେ ଭାରତୀୟ ଓକିଲ ନିଯୁକ୍ତ କରିବାକୁ ପାକିସ୍ତାନ ଚାହୁଁଛି, ଯାହାକୁ ଅନୁମୋଦନ କରାଯିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?