Posted inଖେଳ

ଭିଜା, ପାସ୍‌ପୋର୍ଟ ସମସ୍ୟାରେ ପାକିସ୍ତାନ କ୍ରିକେଟ ଦଳ

କରାଚୀ,୧୧ା୧୨: ଭିଜା, ପାସ୍‌ପୋର୍ଟ ସମସ୍ୟାରେ ପଡିଛି ପାକିସ୍ତାନ କ୍ରିକେଟ ଦଳ। ପାକିସ୍ତାନ ସିନିୟର କ୍ରିକେଟ ଦଳ ଡାକ୍ତରଙ୍କ ବିନା ଅଷ୍ଟ୍ରେଲିଆରେ ପହଞ୍ଚି ଥିବା ବେଳେ ୧୯ ବର୍ଷରୁ କମ୍‌ ଦଳ ବିନା ଟିମ୍‌ ମ୍ୟାନେଜରରେ ସଂଯୁକ୍ତ ଆରବ ଏମିରେଟ୍ସରେ ପହଞ୍ଚିଛି। ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ସିରିଜ ପାଇଁ ସୋହେଲ ସଲିମ୍‌ ଅଫିସିଆଲ ଟିମ୍‌ ଡାକ୍ତର ମନୋନୀତ ହୋଇଥିବା ବେଳେ ସେ ଦଳରେ ଯୋଗଦେଇ ନାହାନ୍ତି। ଡାକ୍ତର ସଲିମ୍‌ଙ୍କ ପାଇଁ ଭିଜା ଯୋଗାଡ଼ କରିବା ଲାଗି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ସୁଦ୍ଧା ଚେଷ୍ଟା ଜାରି ରଖିଛି।

ପର୍ଥରେ ପ୍ରଥମ ଟେଷ୍ଟ ବେଳକୁ ସେ ଦଳ ସହ ଯୋଗ ଦେଇସାରିଥିବେ ବୋଲି ପିସିବି ସୂତ୍ରରୁ ପ୍ରକାଶ। ସେହିପରି ପୂର୍ବତନ ଟେଷ୍ଟ ବ୍ୟାଟ୍ସମ୍ୟାନ ଶୋଏବ ମହମ୍ମଦଙ୍କୁ ୟୁଏଇରେ ଏସିଆ କପ୍‌ରେ ଭାଗନେବାକୁ ଯାଇଥିବା ପାକିସ୍ତାନ ଜୁନିୟର ଦଳର ମ୍ୟାନେଜର ଭାବେ ମନୋନୀତ କରାଯାଇଛି। ମାତ୍ର ସେ ଦଳ ସହ ଗସ୍ତ କରିପାରିନାହାନ୍ତି।

ଶୋଏବଙ୍କ ପାସ୍‌ପୋର୍ଟ ଅବଧି ଶେଷ ହୋଇଯାଇଛି। ବୋର୍ଡ ତରଫରୁ ଏହି ସମସ୍ୟାର ସମାଧାନ ପାଇଁ ପ୍ରଚେଷ୍ଟା ଚାଲିଛି। ସେ ଖୁବ୍‌ଶୀଘ୍ର ୟୁଏଇରେ ପହଞ୍ଚିଯିବେ ବୋଲି ପିସିବି ପକ୍ଷରୁ ଆଶା ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri