Posted inଖେଳ

ଅଡ଼ୁଆରେ ପିସିବି: ମୁଖ୍ୟ ଚୟନକର୍ତ୍ତା ଦୌଡ଼ରୁ ହଟିଲେ ଅକ୍ରମ

କରାଚି,୧୦।୧୨: ଅଡ଼ୁଆରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ପୂର୍ବ ଦ୍ରୁତ ବୋଲର ମହମ୍ମଦ ଅକ୍ରମ ବର୍ତ୍ତମାନର ଚୟନ ବ୍ୟବସ୍ଥାରେ କାମ କରିବାକୁ ମନା କରି ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ଫଳରେ ପିସିବିକୁ ନୂଆ ମୁଖ୍ୟ ଚୟନକର୍ତ୍ତା ମିଳିପାରୁନାହିଁ। ଅକ୍ରମ ଏହି ପଦ ପାଇଁ ପ୍ରଥମ ପସନ୍ଦ ଥିଲେ। ହେଲେ ଚୟନ ପାଇଁ ପୁରୁଣା ବ୍ୟବସ୍ଥା ଲାଗୁ କରାଯାଉ ବୋଲି ସେ ସର୍ତ୍ତ ରଖିଥିଲେ। ହେଲେ ତାହା ନ ହେବାରୁ ସେ ଏଭଳି ନିଷ୍ପତ୍ତି ନେଇଛନ୍ତି।

ପୁରାତନ ବ୍ୟବସ୍ଥାରେ ବୋର୍ଡ ମୁଖ୍ୟ ଚୟନକର୍ତ୍ତାଙ୍କ ଅଧ୍ୟକ୍ଷତାରେ ତିନି ଅଥବା ପାଞ୍ଚ ସଦସ୍ୟ ବିଶିଷ୍ଟ ଜାତୀୟ ଚୟନ କମିଟି ଗଠନ କରାଯାଇଥାଏ। ବୋର୍ଡ ସଭାପତି ଏହାକୁ ଅନୁମୋଦନ କରିଥାନ୍ତି। ଅକ୍ଟୋବର ୨୦୧୯ରୁ ଜାତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ମିସବାହ ଉଲ ହକ ଏହି ନୁତନ ବ୍ୟବସ୍ଥା କାର୍ଯ୍ୟକାରୀ କରିଥିଲେ। ନିକଟରେ ସେ ନିଜ ପଦରୁ ଇସ୍ତଫା ଦେବା ପରେ ଏହି ପଦ ଖାଲି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri