Posted inଖେଳ

୭ ବର୍ଷ ପରେ ଭାରତରେ ପାକିସ୍ତାନ କ୍ରିକେଟ ଦଳ

ହାଇଦ୍ରାବାଦ, ୨୮।୯ (ପି.ଟି.): ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପର ଉଷ୍ମତା ବଢ଼ିଛି। ଦୀର୍ଘ ୭ ବର୍ଷ ବ୍ୟବଧାନରେ ପାକିସ୍ତାନ କ୍ରିକେଟ ଦଳ ପ୍ରଥମଥରପାଇଁ ଭାରତରେ ଆସିଛି। ବାବର ଆଜମଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳ ବୁଧବାର ଲାହୋରରୁ ଦୁବାଇ ବାଟଦେଇ ଏଠାକୁ ଆସିଛି। ଭାରତର ୧୦ ଗ୍ରାଉଣ୍ଡରେ କ୍ରିକେଟ ବିଶ୍ୱକପ ଅକ୍ଟୋବର ୫ରୁ ଆରମ୍ଭ ହେବ। ବିଶ୍ୱକପ ପୂର୍ବରୁ ପାକିସ୍ତାନ ଚଳିତ ମାସ ୨୯ ତାରିଖରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହାର ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ ଖେଳିବ। ଏହାପରେ ଅକ୍ଟୋବର ୩ରେ ଅଷ୍ଟ୍ରେଲିଆ ସହ ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ ଖେଳି ନିଜକୁ ପ୍ରସ୍ତୁତ କରିବ।

ବିଶ୍ୱକପରେ ପାକିସ୍ତାନ ଏହାର ପ୍ରଥମ ମ୍ୟାଚ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ଏହି ମ୍ୟାଚ ଅକ୍ଟୋବର ୬ ତାରିଖରେ ଏଠାରେ ଅନୁଷ୍ଠିତ ହେବ। ଏହାପରେ ୧୦ ତାରିଖରେ ଶ୍ରୀଲଙ୍କାକୁ ଭେଟିବ। ଭାରତ ଆସିବାର ୪୮ ଘଣ୍ଟା ପୂର୍ବରୁ ପାକିସ୍ତାନ ଖେଳାଳିଙ୍କୁ ଭିଜା ପ୍ରଦାନ କରା ଯାଇଥିଲା। ସମ୍ପର୍କ ଭଲ ନ ଥିବାରୁ ଭାରତ ଓ ପାକିସ୍ତାନ କେବଳ ଆଇସିସି ଇଭେଣ୍ଟରେ ପରସ୍ପରକୁ ଭେଟୁଛନ୍ତି। ବାବର ଆଜମ ଭାରତରେ ବିଶେଷ କରି ଅହମଦାବାଦରେ ଲକ୍ଷାଧିକ ଦର୍ଶକଙ୍କ ସମ୍ମୁଖରେ ଖେଳିବାକୁ ଆଗ୍ରହୀ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri