Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ପାକିସ୍ତାନକୁ ଆଶ୍ୱସ୍ତି, ଭାରତ ପକ୍ଷରୁ ଖେଳାଳିଙ୍କୁ ପ୍ରଦାନ କରାଯିବ ଭିଜା

ନୂଆଦିଲ୍ଲୀ,୨୫।୯: ଅକ୍ଟୋବର ୫ରୁ କ୍ରିକେଟ ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ମାଟିରେ ଚଳିତ ବର୍ଷ ବିଶ୍ୱକପ୍‌ ମ୍ୟାଚ ଖେଳାଯିବ। ଏଥି ସହିତ ବାବର ଆଜାମଙ୍କ ଅଧିନାୟିକତ୍ୱ ପାକିସ୍ତାନୀ କ୍ରିକେଟ ଦଳକୁ ଭିଜା ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଛି। ବର୍ତ୍ତମାନ ପାକିସ୍ତାନ କ୍ରିକେଟ ଦଳ ପାଇଁ ଏକ ଖୁସି ଖବର ଅଛି। ସୋମବାର ପାକିସ୍ତାନ କ୍ରିକେଟ ଦଳ ପାଇଁ ଭିଜା ପ୍ରଦାନ କରାଯିବ। ପୂର୍ବରୁ ସ୍ଥିର ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ପାକିସ୍ତାନ କ୍ରିକେଟ ଦଳ ଆଜି ଭାରତ ଆସିବାର ଥିଲା, କିନ୍ତୁ ବାବର ଆଜାମଙ୍କ ଦଳ ଆଜି ଆସିପାରିବ ନାହିଁ।

ରିପୋର୍ଟ ଅନୁଯାୟୀ, ଆଜି ପାକିସ୍ତାନରେ ଭାରତୀୟ ଦୂତାବାସକୁ ନୋ ଅବଜେକ୍ସନ ସାର୍ଟିଫିକେଟ ମିଳିଯିବ। ଏହା ପରେ ପାକିସ୍ତାନ କ୍ରିକେଟ ଦଳ ପାଇଁ ଭିଜା ଜାରି କରାଯିବ। ପାକିସ୍ତାନ କ୍ରିକେଟ ଦଳକୁ ଠିକ୍‌ ସମୟରେ ଭିଜା ପାଇପାରିନଥିଲେ। ଏହା ପରେ ପାକିସ୍ତାନ କ୍ରିକେଟ ବୋର୍ଡ ଆଇସିସିରେ ନିଜର ମତାମତ ଉପସ୍ଥାପନ କରିଥିଲା। ଆଇସିସି ଏଥିରେ ହସ୍ତକ୍ଷେପ କରି ଯଥାଶୀଘ୍ର ସମସ୍ୟାର ସମାଧାନ କରିବାକୁ ବିସିସିଆଇ କହିଥିଲା। ତେବେ ବର୍ତ୍ତମାନ ଏହି ସମସ୍ୟାର ସମାଧାନ ହୋଇଛି। ଆଜି ପାକିସ୍ତାନ କ୍ରିକେଟ ଦଳ ଭିଜା ପାଇବ। ଯାହା ପରେ ବାବର ଆଜାମଙ୍କ ଦଳ ବିଶ୍ୱକପ ପାଇଁ ଭାରତ ଆସିବାର ରାସ୍ତା ସଫା ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri