ଏଲ୍‌ଓସିରେ ସେନା ଠୁଳକଲା ପାକିସ୍ତାନ: ବଙ୍କରରେ ରହି ରଖୁଛନ୍ତି ନଜର

ନୂଆଦିଲ୍ଲୀ,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ କଡ଼ା ଚେତାବନୀ ଦେଇଥିବାରୁ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନ ଆଶଙ୍କା କରି ପାକିସ୍ତାନ ଏଥିପାଇଁ ପ୍ରସ୍ତୁତ ହେଉଛି। ଏକ ସୂତ୍ରରୁ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ମିଳିଥିବା ସୂଚନା ଅନୁଯାୟୀ, ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଆରପଟେ ପାକିସ୍ତାନୀ ସେନା ଏହାର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ବହୁସଂଖ୍ୟାରେ ସୈନ୍ୟ ଠୁଳ କରିଛି। ସୈନ୍ୟମାନେ ବଙ୍କର ମଧ୍ୟରେ ରହି ଏଲ୍‌ଓସି ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆକ୍ରମଣକାରୀଙ୍କୁ ଖୋଜି ବାହାର କରିବା ସହ ଆଇନର କାଠଗଡ଼ାକୁ ଆଣିବୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଜ୍ଞା କରିଥିବାରୁ ସୀମା ଆରପଟେ ଉତ୍ତେଜନା ଦେଖାଦେଇଛି। ସେନାର ୧୦ କର୍ପସ୍‌କୁ ସତର୍କ ରହିବା ଲାଗି ପାକ୍‌ ସେନାମୁଖ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅନ୍ତର୍ଜାତୀୟ ସୀମା ଆରପଟେ ସିଆଲକୋଟ୍‌ ଡିଭିଜନକୁ ମଧ୍ୟ ଜାଗତିଆର ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri