Posted inଖେଳ

ଅହମଦାବାଦରେ ଖେଳିବାକୁ ଚାହୁଁନାହିଁ ପାକିସ୍ତାନ: ପିସିବି

କରାଚୀ,୮ା୬: ଭାରତରେ ଅକ୍ଟୋବର-ନଭେମ୍ବରରେ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ବ୍ୟତୀତ ଅହମଦାବାଦରେ ଅନ୍ୟ କୌଣସି ମ୍ୟାଚ ଖେଳିବାକୁ ଚାହୁଁନାହିଁ ପାକିସ୍ତାନ। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଚେୟାରମ୍ୟାନ ନଜାମ ସେଠୀ ଏନେଇ ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ଚେୟାରମ୍ୟାନ ଗ୍ରେଗ୍‌ ବାର୍କଲେଙ୍କୁ ଏ ବିଷୟ ଜଣାଇଛନ୍ତି।

ପ୍ରତିଯୋଗିତାରେ ପାକିସ୍ତାନ ଏହାର ମ୍ୟାଚଗୁଡ଼ିକ କୋଲକାତା, ଚେନ୍ନାଇ ଓ ବେଙ୍ଗାଲୁରୁରେ ଖେଳିବାକୁ ଚାହୁଁଥିବା ପୂର୍ବରୁ ଏକ ରିପୋର୍ଟରେ ପ୍ରକାଶ ପାଇଥିଲା। ବାର୍‌କ୍ଲେ ଓ ଆଇସିସି ଜେନେରାଲ ମ୍ୟାନେଜର ଜେଫ୍‌ ଆଲାର୍‌ଡିସ୍‌ ନିକଟରେ କରାଚୀ ଯାଇଥିଲେ। ପାକିସ୍ତାନ ଏହାର ମ୍ୟାଚଗୁଡ଼ିକ ନିରପେକ୍ଷ ଭେନ୍ୟୁରେ ଖେଳିବା ଲାଗି ଯେପରି ଦାବି ନ କରେ ସେ ନେଇ ପିସିବିଠାରୁ ସେମାନେ ପ୍ରତିଶ୍ରୁତି ଲୋଡିଥିଲେ।

ଅନ୍ୟପକ୍ଷେ ପାକିସ୍ତାନ ଏଥର ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜକ ରହିଛି। ହେଲେ ସୁରକ୍ଷା କାରଣ ଦର୍ଶାଇ ଭାରତ ପାକିସ୍ତାନରେ ମ୍ୟାଚ ଖେଳିବାକୁ ରାଜି ହେଉ ନାହିଁ। ଏପରିକି ନିରପେକ୍ଷ ଭେନ୍ୟୁରେ ଖେଳିବାକୁ ପ୍ରସ୍ତାବ ଦେଇଛି। ହେଲେ ପିସିବି ଏହାକୁ ଗ୍ରହଣ କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?