Posted inଜାତୀୟ

ପାକିସ୍ତାନର ଡ୍ରୋନ ଆକ୍ରମଣ: ଉଧମପୁର ଏୟାର ବେସର ଜଣେ ଯବାନ ଶହୀଦ

ଉଧମପୁର, ୧୧/୫: ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାରେ ଥିବା ଏକ ବାୟୁସେନା ଘାଟିରେ କାର୍ଯ୍ୟରତ ଜଣେ ଯବାନ ଶହୀଦ ହୋଇଛନ୍ତି। ଶନିବାର ରାତିରେ ପାକିସ୍ତାନ ପକ୍ଷରୁ ହୋଇଥିବା ଡ୍ରୋନ ଆକ୍ରମଣରେ ଯବାନଙ୍କ ମୃତ୍ୟୁ ହୋଇଛି ବୋଲି ପ୍ରତିରକ୍ଷା ବିଭାଗର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ଶନିବାର ପାକିସ୍ତାନ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଏୟାରବେସ ଉପରେ ଡ୍ରୋନ ଆକ୍ରମଣ କରିଥିଲା। ଯାହାକୁ ଭାରତୀୟ ବାୟୁ ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଧ୍ୱଂସ କରାଯାଇଥିଲା। ତେବେ ନିକଟରେ ଡ୍ୟୁଟି କରୁଥିବା ରାଜସ୍ଥାନର ସୁରେନ୍ଦ୍ର ସିଂହ ମୋଗାଙ୍କ ଦେହରେ ଡ୍ରୋନର ଖଣ୍ଡ ବିଖଣ୍ଡିତ ଅଂଶ ବାଜିଥିଲା। ଡ୍ରୋନର ଭଗ୍ନାବଶେଷ ଦେହରେ ବାଜିବା ପରେ ସେ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କୁ ଚିକିତ୍ସା ପାଇଁ ସେନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା

ଶହୀଦ ଯବାନ ହେଲେ ସୁରେନ୍ଦ୍ର କୁମାର ଓ ସେ ରାଜସ୍ଥାନର ଝୁନଝୁନୁ ଜିଲ୍ଲାର ମେହେରାଦାସୀ ଗାଁର ବାସିନ୍ଦା ଥିଲେ। ସୁରେନ୍ଦ୍ର ଭାରତୀୟ ବାୟୁସେନାର ୩୯ ଉଇଙ୍ଗରେ ମେଡିକାଲ ସାର୍ଜେଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିଲେ ଏବଂ ପରେ ତାଙ୍କର ମୃତ୍ୟୁ ହୋଇଛି।

ପ୍ରତିରକ୍ଷା ବିଭାଗ ତାଙ୍କ ପରିବାରକୁ ଏହି ଦୁଃଖଦ ଖବର ଜଣାଇ ପରିବାର ପାଇଁ ଶୋକ ପ୍ରକାଶ କରିଛି। ଏହି ଘଟଣା ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri