Posted inଜାତୀୟ

ପାକିସ୍ତାନର ଡ୍ରୋନ ନେଟୱର୍କ ଧ୍ୱଂସ, ୬ ଆତଙ୍କବାଦୀ ଗିରଫ, ୪ ଏକେ ୪୭ ସହ ୧୦ ପିସ୍ତଲ ଜବତ

ଜମ୍ମୁ,୧୯ ।୭: ପାକିସ୍ତାନରୁ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ମଗାଇ ବଡ ଆକ୍ରମଣ କରିବା ଯୋଜନାରେ ଥିବା ୩ ଆତଙ୍କବାଦୀ ଗ୍ରୁପକୁ ଧ୍ୱଂସ କରି ଦିଆଯାଇଛି । ଜମ୍ମୁ ଓ ରାଜୌରିରୁ ୬ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଏମାନଙ୍କ ନିକଟରୁ ବହୁ ପରିମାଣରେ ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଓ ନଗଦ ଟଙ୍କା ଜବତ କରାଯାଇଛି । ଗିରଫ ହୋଇଥିବା ଆଙ୍କବାଦୀମାନଙ୍କ ମଧ୍ୟରୁ ଜଣେ ଜମ୍ମୁର ଖଟିଙ୍କା ଅଞ୍ଚଳର ହୋଇଥିବା ବେଳେ ୨ ଜଣ ସାମ୍ବା ଓ କଠୁଆର ଏବଂ ୩ ଜଣ ରାଜøରିର ବୋଲି ଜଣାପଡିଛି । ଜମ୍ମୁର ଖଟିଙ୍କା ଅଞ୍ଚଳରେ ରହୁଥିବା ଆତଙ୍କବାଦୀଙ୍କ ଘର ଉପରେ ଚଢାଉ କରି ପୋଲିସ ବହୁ ମାତ୍ରାରେ ଅସ୍ତ୍ରଶସ୍ତ୍ର ଜବତ କରିଛି ।
ଏଡିଜିପି ମୁକେଶ ସିଂ କହିଛନ୍ତି, ଗତ ବର୍ଷେ ଦେଢ ବର୍ଷ ମଧ୍ୟରେ ଜମ୍ମୁ ସଂଭାଗରେ ଡ୍ରୋନ ଜରିଆରେ ଅସ୍ତ୍ରଶସ୍ତ୍ର ପଠାଇବା, ଆଇଇଡି ଓ ଷ୍ଟିକି ବୋମା ପଠାଇବାର କିଛି ଘଟଣା ସାମ୍ନାକୁ ଆସିଛି । ରାଜୌରି, ଉଧମପୁର ଓ ଜମ୍ମୁର ସୁଂଜୱାରେ ଆଇଇଡି ବିସ୍ଫାରଣ ଓ ଆତଙ୍କବାଦୀ ଆକ୍ରମଣ ବି ହୋଇଛି । ଏହି ସମସ୍ତ ଘଟଣାର ଯାଞ୍ଚ ପୋଲିସ ଆରମ୍ଭ କରିଛି । ଯାଞ୍ଚ ସମୟରେ ୩ ଆତଙ୍କବାଦୀ ନେଟୱର୍କ ସାମ୍ନାକୁ ଆସିଥିବା ବେଳେ ଏହାକୁ ଧ୍ୱଂସ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri