Posted inଖେଳ

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା ଭଳି କାମ କରିଛି। ଇଂଲଣ୍ଡ ବିପକ୍ଷରେ ଲଣ୍ଡନ୍‌ର ଲର୍ଡସଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ତା’ର ପ୍ଲେଇଂ-୧୧ରୁ ସଲମାନ ଅଲ୍ଲୀ ଆଗାଙ୍କୁ ବାଦ୍ ଦେଇଛି, ଯିଏ କି ଏହି ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଦଳର ନେତୃତ୍ୱ ନେଉଥିଲେ।

ଗୁରୁବାର ଅଗଷ୍ଟ ୨୭ରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ତାରକା ବ୍ୟାଟର ତଥା ନିୟମିତ ଅଧିନାୟକ ବାବର ଆଜମ ଦଳକୁ ଫେରିଛନ୍ତି। ଆଘାତ ସମସ୍ୟା ଯୋଗୁ ବାବର ପ୍ରଥମ ଲିଡ୍ସ ଟେଷ୍ଟ ଖେଳିପାରି ନ ଥିଲେ, ଯେଉଁଥିରେ ପାକିସ୍ତାନ ପରାଜିତ ହୋଇଥିଲା। ସେହି ମ୍ୟାଚ୍‌ରେ ବାବରଙ୍କ ଅନୁପସ୍ଥିତିରେ ସଲମାନ ଅଲ୍ଲୀ ଆଗା ଦଳର କମାଣ ସମ୍ଭାଳିଥିଲେ। ତେବେ ବାବର ଫେରିବା କ୍ଷଣି ଟିମ୍ ମ୍ୟାନେଜମେଣ୍ଟ ସଲମାନଙ୍କୁ ସିଧାସଳଖ ପ୍ଲେଇଂ-୧୧ରୁ ବାହାରର ରାସ୍ତା ଦେଖାଇଛି।

ଏହି ନିଷ୍ପତ୍ତିକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରଥମ ଟେଷ୍ଟରେ ସଲମାନ ବ୍ୟାଟର ଭାବେ ୨୧ ଓ ୪ ରନ୍ କରି ନିରାଶ କରିଥିଲେ ସତ, ମାତ୍ର ଦଳର ଅନ୍ୟତମ ବ୍ୟାଟର ସୌଦ ଶକିଲ ମଧ୍ୟ ସେହି ମ୍ୟାଚ୍‌ରେ ମାତ୍ର ୫ ଓ ୧୪ ରନ୍ କରିଥିଲେ। ୨୦୨୫ ଜାନୁଆରୀରୁ ଏପର୍ଯ୍ୟନ୍ତ ସଲମାନ ୯ଟି ଟେଷ୍ଟରୁ ୩ଟି ଅର୍ଦ୍ଧଶତକ ହାସଲ କରିଥିବା ବେଳେ ଶକିଲ ୮ଟି ଟେଷ୍ଟରୁ ୨ଟି ଅର୍ଦ୍ଧଶତକ ହାସଲ କରିଛନ୍ତି।

ସମାନ ପ୍ରଦର୍ଶନ ସତ୍ତ୍ୱେ ଯେଉଁ ଖେଳାଳିଙ୍କୁ ପ୍ରଥମ ମ୍ୟାଚ୍‌ରେ କାପ୍ଟେନ୍ସି ପାଇଁ ଯୋଗ୍ୟ ମନେକରାଯାଇଥିଲା, ତାଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରେ ବାଦ୍ ଦେବା ପାକିସ୍ତାନ କ୍ରିକେଟ୍‌ର ଅସ୍ଥିର କାର୍ଯ୍ୟଶୈଳୀକୁ ପୁଣି ପଏଣ୍ଟ ଆଉଟ୍ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?