ଆଜି ପାକିସ୍ତାନରେ ମତଦାନ, ଚତୁର୍ଥ ଥର ଲାଗି ପ୍ରଧାନମନ୍ତ୍ରୀ ହେବେ ନଓ୍ବାଜ ଶରିଫ?

ଇସଲାମାବାଦ,୮।୨: ପାକିସ୍ତାନରେ ସାଧାରଣ ନିର୍ବାଚନ ଲାଗି ଗୁରୁବାର ମତଦାନ ହେଉଛି। ଏମିତିରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ତାକୁ ନେଇ ଏବେଠାରୁ ଚର୍ଚ୍ଚା ଜୋର ଧରିଛି। ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ମୁସଲିମ ଲିଗର ପ୍ରାର୍ଥୀ ନୱାଜ ଶରିଫଙ୍କୁ ସେନାର ସମର୍ଥନ ରହିଛି। ଏଣୁ ଏଥର ପୁଣି ପ୍ରଧାନମନ୍ତ୍ରୀ ହୋଇପାରନ୍ତି ।

ତେହରିକ ଏ ଇନସାଫର ପ୍ରାର୍ଥୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମରାନ୍‌ ଖାନ୍‌ ଜେଲରେ ଥିବା କାରଣରୁ ଶରିଫଙ୍କ ପାକିସ୍ତାନ ମୁସଲିମ୍‌ ଲିଗ୍‌-ନଓ୍ବାଜ୍‌(ପିଏମ୍‌ଏଲ୍‌-ଏନ୍‌) ଦଳ ସବୁଠାରୁ ବଡ଼ ଦଳରେ ପରିଣତ ହୋଇପାରେ। କାରଣ ବିପକ୍ଷରେ ଥବା ତେହରକ ଇ ଇନସାଫର ପ୍ରାର୍ଥୀ କେବଳ ନାମକୁ ମାତ୍ର ନିର୍ବାଚନ ଲଢ଼ୁଛନ୍ତି ।

ଏଣୁ ଗୁରୁବାର ହେବାକୁ ଥିବା ମତଦାନରେ ୭୪ ବର୍ଷୀୟ ଶରିଫଙ୍କ ନଜର ରେକର୍ଡ ୪ର୍ଥ ଥର ଲାଗି ପ୍ରଧାନମନ୍ତ୍ରୀ ହେବା ଉପରେ ରହିବ। ଏହି ନିର୍ବାଚନରେ ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାୱଲ ଭୁଟ୍ଟୋ ଜର୍ଦାରୀ ମଧ୍ୟ ପ୍ରାର୍ଥୀ ଅଛନ୍ତି। ହେଲେ ସେ ଏତେଟା ଉତ୍ସାହିତ ନାହାନ୍ତି । ସେନାର ଅଦୃଶ୍ୟ ସମର୍ଥନ ଶ ରିଫଙ୍କ ସହ ରହିଛି। ନୱାଜଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗ ଓ ମାମଲା ହଠାତ୍‌ ଗତବର୍ଷ ଉଭେଇ ବି ଯାଇଛି। ତେଣୁ ନୱାଜ ସରିଫ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଏକରକମ ହେବା ନିଶ୍ଚିତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri