ପାକିସ୍ତାନ ଦୂତାବାସ ଆକ୍ରମଣ ମାମଲା : ଜବାବ ତଲବ ପରେ ଆଫଗାନ ରାଷ୍ଟ୍ରଦୂତ ହାଜର…

ଇସଲାମାବାଦ,୩।୧୨ : କାବୁଲରେ ଥିବା ପାକିସ୍ତାନ ଦୂତାବାସ ଉପରେ ହୋଇଥିବା ଆକ୍ରମଣକୁ ନେଇ ଇସଲାମାବାଦରେ ଆଫଗାନିସ୍ତାନ ରାଷ୍ଟ୍ରଦୂତଙ୍କୁ ଜବାବ ତଲବ କରିଥିଲା। ପରେ ସେ ହାଜର ହୋଇଥିଲେ। କାବୁଲରେ ଏହାର ମିଶନ ପ୍ରମୁଖଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ପାକିସ୍ତାନ ସରକାର ମଧ୍ୟ ନିଜର ଚିନ୍ତା ପ୍ରକଟ କରିଛନ୍ତି। ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ ଏକ ବିବୃତ୍ତିରେ କହିଛି ଯେ ଆଫଗାନିସ୍ତାନ କୂଟନୀତିଜ୍ଞଙ୍କୁ ଡକାଯାଇ ମିଶନ ମୁଖ୍ୟଙ୍କ ଉପରେ ଆକ୍ରମଣ ହୋଇଥିବା ଘଟଣାରେ ପାକିସ୍ତାନର ଗଭୀର ଚିନ୍ତା ପ୍ରକଟ କରାଯାଇଛି। ସେ ନିରାପଦରେ ଥିଲେ ମଧ୍ୟ ତାଙ୍କର ସୁରକ୍ଷାକର୍ମୀର ଗୁରୁତର ଆହତ ହୋଇଛନ୍ତି।

ଆଫଗାନିସ୍ତାନ କୂଟନୀତିଜ୍ଞଙ୍କୁ ଏହା ଜଣାଯାଇଛି ଯେ ପାକିସ୍ତାନର କୂଟନୈତିକ ମିଶନ ଏବଂ କର୍ମଚାରୀଙ୍କ ସୁରକ୍ଷା ଆଫଗାନିସ୍ତାନର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦାୟିତ୍ୱ। ଏହି ଘଟଣାରେ ସୁରକ୍ଷା ଦୃଷ୍ଟିରୁ ଗୁରୁତର ଅବହେଳା ଘଟିଛି।

ସୂଚନାଯୋଗ୍ୟ, ଶୁକ୍ରବାର ଆଫଗାନିସ୍ତାନର ରାଜଧାନୀ କାବୁଲରେ ପାକିସ୍ତାନର ଦୂତାବାସ ଉପରେ ଆକ୍ରମଣ ହୋଇଥିଲା, ଯେଉଁଥିରେ ପାକ ରାଷ୍ଟ୍ରଦୂତ ଉବାଇଦ-ଉର୍‌-ରେହମାନ ନିଜାମାନି ଅଳ୍ପକେ ବର୍ତ୍ତି ଯାଇଥିଲେ। ପାକିସ୍ତାନ ଏହି ଆକ୍ରମଣକୁ ନିନ୍ଦା କରି ତଦନ୍ତ ଦାବି କରିଥିଲା। ଏହି ଆକ୍ରମଣରେ ସମ୍ପୃକ୍ତ ଅପରାଧୀଙ୍କୁ ତୁରନ୍ତ ଧରାଯିବା ସହ ଦଣ୍ଡ ଦିଆଯିବାକୁ ପାକିସ୍ତାନ ସରକାର ଦାବି କରିଛନ୍ତି। ଏଥି ସହ କୂଟନୈତିକ ପରିସର, ଅଧିକାରୀ ଏବଂ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପାକିସ୍ତାନ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri