ପାକିସ୍ତାନ ଦୂତାବାସ ଆକ୍ରମଣ ମାମଲା : ଜବାବ ତଲବ ପରେ ଆଫଗାନ ରାଷ୍ଟ୍ରଦୂତ ହାଜର…

ଇସଲାମାବାଦ,୩।୧୨ : କାବୁଲରେ ଥିବା ପାକିସ୍ତାନ ଦୂତାବାସ ଉପରେ ହୋଇଥିବା ଆକ୍ରମଣକୁ ନେଇ ଇସଲାମାବାଦରେ ଆଫଗାନିସ୍ତାନ ରାଷ୍ଟ୍ରଦୂତଙ୍କୁ ଜବାବ ତଲବ କରିଥିଲା। ପରେ ସେ ହାଜର ହୋଇଥିଲେ। କାବୁଲରେ ଏହାର ମିଶନ ପ୍ରମୁଖଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ପାକିସ୍ତାନ ସରକାର ମଧ୍ୟ ନିଜର ଚିନ୍ତା ପ୍ରକଟ କରିଛନ୍ତି। ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ ଏକ ବିବୃତ୍ତିରେ କହିଛି ଯେ ଆଫଗାନିସ୍ତାନ କୂଟନୀତିଜ୍ଞଙ୍କୁ ଡକାଯାଇ ମିଶନ ମୁଖ୍ୟଙ୍କ ଉପରେ ଆକ୍ରମଣ ହୋଇଥିବା ଘଟଣାରେ ପାକିସ୍ତାନର ଗଭୀର ଚିନ୍ତା ପ୍ରକଟ କରାଯାଇଛି। ସେ ନିରାପଦରେ ଥିଲେ ମଧ୍ୟ ତାଙ୍କର ସୁରକ୍ଷାକର୍ମୀର ଗୁରୁତର ଆହତ ହୋଇଛନ୍ତି।

ଆଫଗାନିସ୍ତାନ କୂଟନୀତିଜ୍ଞଙ୍କୁ ଏହା ଜଣାଯାଇଛି ଯେ ପାକିସ୍ତାନର କୂଟନୈତିକ ମିଶନ ଏବଂ କର୍ମଚାରୀଙ୍କ ସୁରକ୍ଷା ଆଫଗାନିସ୍ତାନର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦାୟିତ୍ୱ। ଏହି ଘଟଣାରେ ସୁରକ୍ଷା ଦୃଷ୍ଟିରୁ ଗୁରୁତର ଅବହେଳା ଘଟିଛି।

ସୂଚନାଯୋଗ୍ୟ, ଶୁକ୍ରବାର ଆଫଗାନିସ୍ତାନର ରାଜଧାନୀ କାବୁଲରେ ପାକିସ୍ତାନର ଦୂତାବାସ ଉପରେ ଆକ୍ରମଣ ହୋଇଥିଲା, ଯେଉଁଥିରେ ପାକ ରାଷ୍ଟ୍ରଦୂତ ଉବାଇଦ-ଉର୍‌-ରେହମାନ ନିଜାମାନି ଅଳ୍ପକେ ବର୍ତ୍ତି ଯାଇଥିଲେ। ପାକିସ୍ତାନ ଏହି ଆକ୍ରମଣକୁ ନିନ୍ଦା କରି ତଦନ୍ତ ଦାବି କରିଥିଲା। ଏହି ଆକ୍ରମଣରେ ସମ୍ପୃକ୍ତ ଅପରାଧୀଙ୍କୁ ତୁରନ୍ତ ଧରାଯିବା ସହ ଦଣ୍ଡ ଦିଆଯିବାକୁ ପାକିସ୍ତାନ ସରକାର ଦାବି କରିଛନ୍ତି। ଏଥି ସହ କୂଟନୈତିକ ପରିସର, ଅଧିକାରୀ ଏବଂ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପାକିସ୍ତାନ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ବୁଦ୍ଧି ଶିଖାଇଲା ଆମେରିକା

ଓ୍ବାଶିଂଟନ,୨୦ା୪: ଆମେରିକା ତିନୋଟି ଚାଇନିଜ୍‌ ଏବଂ ଗୋଟିଏ ବେଲାରୁଷ କମ୍ପାନୀକୁ ପାକିସ୍ତାନର କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମ ପାଇଁ ଯନ୍ତ୍ରପାତି ଯୋଗାଇବାକୁ ବାରଣ କରିଛି। ଆମେରିକା ବୈଦେଶିକ ବିଭାଗ...

ଅନ୍‌ଲାଇନ୍‌ ଗେମ୍‌ ଖେଳି ଛାତ୍ରଙ୍କ ଜୀବନ ଗଲା

ଓ୍ବାଶିଂଟନ,୨୦ା୪: ଆମେରିକା କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରଙ୍କ ପାଇଁ ଏକ ଗମ୍ଭୀର ତଥା ପ୍ରଥମ ଘଟଣା ଘଟିଛି। ଜଣେ ଛାତ୍ର ଅନ୍‌ଲାଇନ୍‌ ଗେମ୍‌...

ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍‌; ସତର୍କ କଲା WHO

ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍‌ ଷ୍ଟ୍ରେନ୍‌ ଏଚ୍‌୫ଏନ୍‌୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚିନ୍ତା ପ୍ରକଟ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri