Posted inଖେଳ

କରୋନା ଟେଷ୍ଟରେ ପାକିସ୍ତାନ, ଇଂଲଣ୍ଡ ଖେଳାଳି ଉତ୍ତୀର୍ଣ୍ଣ

ସାଉଥାମ୍ପଟନ, ୧ା୭ (ଏପି): ସର୍ବଶେଷ କରୋନା ଭାଇରସ ଟେଷ୍ଟରେ ଉଭୟ ପାକିସ୍ତାନ ଓ ଇଂଲଣ୍ଡ କ୍ରିକେଟ ଖେଳାଳି ଉତ୍ତୀର୍ଣ୍ଣ ହୋଇଛନ୍ତି। ରବିବାର ଇଂଲଣ୍ଡରେ ପହଞ୍ଚତ୍ଥିବା ପାକିସ୍ତାନ ଦଳର ସମସ୍ତ ୨୦ ଖେଳାଳି ଓ ୧୧ ଷ୍ଟାଫ୍‌ଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ପକ୍ଷରୁ ମଙ୍ଗଳବାର ଏହା ପ୍ରକାଶ କରାଯାଇଛି। ଅଗଷ୍ଟରେ ଟେଷ୍ଟ ଓ ଟି୨୦ ସିରିଜ ଖେଳିବାକୁଥିବା ପାକିସ୍ତାନ ଏବେ ଓ୍ବର୍ସେଷ୍ଟରରେ ୨ ସପ୍ତାହପାଇଁ କ୍ୱାରାଣ୍ଡାଇନରେ ରହିବ। ସେହିପରି ଇଂଲଣ୍ଡ ଖେଳାଳିଙ୍କ ତୃତୀୟ ରାଉଣ୍ଡ ଟେଷ୍ଟ ମଧ୍ୟ ନେଗେଟିଭ୍‌ ଆସିଛି। ସେମାନେ ସାଉଥାମ୍ପଟନଠାରେ ଆସନ୍ତା ସପ୍ତାହରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ଖେଳିବାକୁ ପ୍ରସ୍ତୁତ ହେଉଛନ୍ତି। ଇଂଲଣ୍ଡ ଟୁର୍‌ରେ ଆସିବାକୁଥିବା ଅନ୍ୟ ୬ ଜଣ ପାକିସ୍ତାନ ଖେଳାଳିଙ୍କ ରିପୋର୍ଟ ଗତ ସପ୍ତାହରେ ପଜିଟିଭ୍‌ ଆସିଥିଲା। ଫଳରେ ସେମାନେ ଘରେ ରହିଥିଲେ। ୩ ଦିନପରେ ହୋଇଥିବା ଟେଷ୍ଟରେ ସେମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତେଣୁ ଏହି ଖେଳାଳିମାନେ ଇଂଲଣ୍ଡରେ ଦଳସହ ଯୋଗଦେବାପାଇଁ ଅନୁମତି ପାଇଛନ୍ତି। ଏହି ୬ ଖେଳାଳିହେଲେ ଓପନିଂ ବ୍ୟାଟ୍ସମ୍ୟାନ ଫକର ଜମନ, ଅଲରାଉଣ୍ଡର ମହମ୍ମଦ ହାଫିଜ, ଲେଗ୍‌ ସ୍ପିନର ଶାଦବ ଖାଁ, ଉଇକେଟ କିପର ମହମ୍ମଦ ରିଜଓ୍ବାନ ଏବଂ ଫାଷ୍ଟ ବୋଲର ଓ୍ବାହାବ ରିଆଜ ଓ ମହମ୍ମଦ ହସନିନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri