Posted inଖେଳ

କରୋନା ଟେଷ୍ଟରେ ପାକିସ୍ତାନ, ଇଂଲଣ୍ଡ ଖେଳାଳି ଉତ୍ତୀର୍ଣ୍ଣ

ସାଉଥାମ୍ପଟନ, ୧ା୭ (ଏପି): ସର୍ବଶେଷ କରୋନା ଭାଇରସ ଟେଷ୍ଟରେ ଉଭୟ ପାକିସ୍ତାନ ଓ ଇଂଲଣ୍ଡ କ୍ରିକେଟ ଖେଳାଳି ଉତ୍ତୀର୍ଣ୍ଣ ହୋଇଛନ୍ତି। ରବିବାର ଇଂଲଣ୍ଡରେ ପହଞ୍ଚତ୍ଥିବା ପାକିସ୍ତାନ ଦଳର ସମସ୍ତ ୨୦ ଖେଳାଳି ଓ ୧୧ ଷ୍ଟାଫ୍‌ଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ପକ୍ଷରୁ ମଙ୍ଗଳବାର ଏହା ପ୍ରକାଶ କରାଯାଇଛି। ଅଗଷ୍ଟରେ ଟେଷ୍ଟ ଓ ଟି୨୦ ସିରିଜ ଖେଳିବାକୁଥିବା ପାକିସ୍ତାନ ଏବେ ଓ୍ବର୍ସେଷ୍ଟରରେ ୨ ସପ୍ତାହପାଇଁ କ୍ୱାରାଣ୍ଡାଇନରେ ରହିବ। ସେହିପରି ଇଂଲଣ୍ଡ ଖେଳାଳିଙ୍କ ତୃତୀୟ ରାଉଣ୍ଡ ଟେଷ୍ଟ ମଧ୍ୟ ନେଗେଟିଭ୍‌ ଆସିଛି। ସେମାନେ ସାଉଥାମ୍ପଟନଠାରେ ଆସନ୍ତା ସପ୍ତାହରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ଖେଳିବାକୁ ପ୍ରସ୍ତୁତ ହେଉଛନ୍ତି। ଇଂଲଣ୍ଡ ଟୁର୍‌ରେ ଆସିବାକୁଥିବା ଅନ୍ୟ ୬ ଜଣ ପାକିସ୍ତାନ ଖେଳାଳିଙ୍କ ରିପୋର୍ଟ ଗତ ସପ୍ତାହରେ ପଜିଟିଭ୍‌ ଆସିଥିଲା। ଫଳରେ ସେମାନେ ଘରେ ରହିଥିଲେ। ୩ ଦିନପରେ ହୋଇଥିବା ଟେଷ୍ଟରେ ସେମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତେଣୁ ଏହି ଖେଳାଳିମାନେ ଇଂଲଣ୍ଡରେ ଦଳସହ ଯୋଗଦେବାପାଇଁ ଅନୁମତି ପାଇଛନ୍ତି। ଏହି ୬ ଖେଳାଳିହେଲେ ଓପନିଂ ବ୍ୟାଟ୍ସମ୍ୟାନ ଫକର ଜମନ, ଅଲରାଉଣ୍ଡର ମହମ୍ମଦ ହାଫିଜ, ଲେଗ୍‌ ସ୍ପିନର ଶାଦବ ଖାଁ, ଉଇକେଟ କିପର ମହମ୍ମଦ ରିଜଓ୍ବାନ ଏବଂ ଫାଷ୍ଟ ବୋଲର ଓ୍ବାହାବ ରିଆଜ ଓ ମହମ୍ମଦ ହସନିନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?