Posted inଖେଳ

ICC ଚେତାବନୀ ପରେ ନରମିଲା ପାକିସ୍ତାନ: ଟି-୨୦ ବିଶ୍ୱକପ୍ ପାଇଁ ଘୋଷଣା କଲା ଦଳ

ନୂଆଦିଲ୍ଲୀ,୨୫।୧: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ର କଠୋର ଆଭିମୁଖ୍ୟ ପରେ ନରମିଲା ପାକିସ୍ତାନ କ୍ରିକେଟ ବୋର୍ଡ (PCB)। ଶେଷରେ ଆଗାମୀ ୨୦୨୬ ଟି-୨୦ ବିଶ୍ୱକପ୍ ପାଇଁ ନିଜର ୧୫ ଜଣିଆ ଦଳ ଘୋଷଣା କରିଛି। ବାଂଲାଦେଶକୁ ସମର୍ଥନ ଜଣାଇ ପାକିସ୍ତାନ ଏହି ଟୁର୍ଣ୍ଣାମେଣ୍ଟ ବୟକଟ୍ କରିବ ବୋଲି ଚର୍ଚ୍ଚା ହେଉଥିଲା। ତେବେ ରବିବାର ଦଳ ଘୋଷଣା କରି PCB ସମସ୍ତ ଅନିଶ୍ଚିତତାର ଅନ୍ତ ଘଟାଇଛି।

ଏହି ମେଗା ଇଭେଣ୍ଟ ପାଇଁ ସଲମାନ ଅଲି ଅଘାଙ୍କୁ ପାକିସ୍ତାନ ଦଳର ଅଧିନାୟକ ଭାବେ ନିଯୁକ୍ତ କରିଛି। ଆକିବ ଜାଭେଦ ଓ ମୁଖ୍ୟ କୋଚ୍ ମାଇକ୍ ହେସନଙ୍କ ନେତୃତ୍ୱରେ ଚୟନ କମିଟି ଏକ ସନ୍ତୁଳିତ ଏବଂ ଆକ୍ରମଣାତ୍ମକ ଦଳ ଗଠନ ଉପରେ ଗୁରୁତ୍ୱ ଦେଇଛି।

ଦଳର ଦୁଇ ଅଭିଜ୍ଞ ଖେଳାଳି ବାବର ଆଜମ ଏବଂ ଶାହିନ ଶାହା ଆଫ୍ରିଦି ପୁଣି ଥରେ ଦଳକୁ ଫେରିଛନ୍ତି। ବାବର ବ୍ୟାଟିଂ ବିଭାଗକୁ ମଜବୁତ କରୁଥିବା ବେଳେ ଶାହିନ ଓ ନସିମ ଶାହା ପେସ୍ ବୋଲିଂର ନେତୃତ୍ୱ ନେବେ।

ତେବେ ଖରାପ ଫର୍ମ ଓ ଫିଟନେସ୍ ପାଇଁ ଦ୍ରୁତ ବୋଲର ହାରିସ ରଉଫଙ୍କୁ ଦଳରୁ ବାଦ ଦିଆଯାଇଛି। ସେହିପରି ଅଭିଜ୍ଞ ୱିକେଟକିପର ବ୍ୟାଟର ମହମ୍ମଦ ରିଜୱାନ ମଧ୍ୟ ଦଳରେ ସ୍ଥାନ ପାଇବାରେ ବିଫଳ ହୋଇଛନ୍ତି।

ପାକିସ୍ତାନର ୧୫ ଜଣିଆ ଦଳ: ସଲମାନ ଅଲି ଅଘା (ଅଧିନାୟକ), ଅବରାର ଅହମ୍ମଦ, ବାବର ଆଜମ, ଫହିମ ଅଶ୍ରଫ, ଫଖର ଜମାନ, ଖ୍ୱାଜା ମହମ୍ମଦ ନାଫେ (ଉଇକେଟ ରକ୍ଷକ), ମହମ୍ମଦ ନୱାଜ, ମହମ୍ମଦ ସଲମାନ ମିର୍ଜା, ନସିମ ଶାହା, ସାହିବଜାଦା ଫରହାନ (ଉଇକେଟ ରକ୍ଷକ), ସାଇମ ଆୟୁବ, ଶାହିନ ଶାହା ଆଫ୍ରିଦି, ଶାଦାବ ଖାନ, ଉସମାନ ଖାନ (ଉଇକେଟ ରକ୍ଷକ) ଏବଂ ଉସମାନ ତାରିକ।

ପାକିସ୍ତାନର ମ୍ୟାଚ୍ ସୂଚୀ:
ଫେବୃଆରୀ ୭: ପାକିସ୍ତାନ ବନାମ ନେଦରଲ୍ୟାଣ୍ଡ (କଲୋମ୍ବୋ)

ଫେବୃଆରୀ ୧୦: ପାକିସ୍ତାନ ବନାମ ଆମେରିକା (କଲୋମ୍ବୋ)

ଫେବୃଆରୀ ୧୫: ଭାରତ ବନାମ ପାକିସ୍ତାନ (କଲୋମ୍ବୋ)

ଫେବୃଆରୀ ୧୮: ପାକିସ୍ତାନ ବନାମ ନାମିବିଆ (କଲୋମ୍ବୋ)


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?