Posted inଜାତୀୟ

ରାତି ସାରା ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ

ଶ୍ରୀନଗର,୨୯।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ଶନିବାର ରାତ୍ର ୯ଟା ୫୦ରୁ ରବିବାର ଭୋର୍‌ ୪ଟା ୧୫ ପର୍ଯ୍ୟନ୍ତ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ସୀମାକୁ ଲକ୍ଷ୍ୟକରି ଘନ ଘନ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏସମ୍ପର୍କରେ ରବିବାର ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାଠୁଆ ଜିଲାର ପାନସାର,ମାନୟାରୀ, ହୀରା ନଗରର କାରୋଲ କ୍ରିଷ୍ଣା ଅଞ୍ଚଳରେ ଥିବା ଗାଁ ଏବଂ ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ପାକସ୍ତାନୀ ସୈନ୍ୟ ବାହିନୀ ପକ୍ଷରୁ ମୋର୍ଟାର ମାଡ଼ କରାଯାଇଥିଲା। ଏହର ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିଗୋଳା ମାଡ଼ କରାଯାଇଥିଲା। ଗତ ୮ ମାସ ଧରି ପାକିସ୍ତାନ ଜାଣିଶୁଣି ସୀମାବର୍ତ୍ତୀ ଗାଁ ଗୁଡ଼ିକୁୂ ଟାର୍ଗେଟ୍‌ କରୁଥିବାରୁ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡ଼ିଥିବା କୁହାଯାଉଛି। ଏଭଳି କରି ଲଞ୍ଚ୍‌ପ୍ୟାଡ୍‌ରୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri