ଭୋକିଲା ଲୋକଙ୍କ ଉପରେ ଗୁଳି ବର୍ଷା କଲା ପାକିସ୍ତାନ…

ଇସଲାମାବାଦ୍‌,୨୫।୧୦: ଆଫଗାନର ପସ୍ତୁନ ସମ୍ପ୍ରଦାୟଙ୍କ ବନ୍ଧୁ ବୋଲାଉଥିବା ପାକିସ୍ତାନର ବନ୍ଧୁ ଚେହେରା ପଦାରେ ପଡ଼ିଛି। ରବିବାର ଆଫଗାନିସ୍ତାନ ସୀମାରେ ଭୋକିଲା ଶୋଷିଲା ପାସ୍ତୁନଙ୍କ ଉପରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ଚଳାଇଛନ୍ତି। ଦୁଇଦେଶ ମଧ୍ୟରେ ଥିବା ଚମନ ସୀମା କ୍ରସିଂ ବାଟେ ପାକିସ୍ତାନରୁ ଆଫଗାନିସ୍ତାନରେ ପ୍ରବେଶ କରିବାକୁ ଚାହୁଁଥିବା ଲୋକଙ୍କ ଉପରେ ଆଖିବୁଜା ଗୁଳି ମାଡ଼ ହୋଇଛି।

ଦୀର୍ଘ ଦିନ ଧରି ଭୋକିଲା ଏବଂ ତୃଷାର୍ତ୍ତ ନିଜ ଭିଟାମାଟିରେ ପହଞ୍ଚିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କ ଧର୍ଯ୍ୟର ବନ୍ଧ ରବିବାର ଭାଙ୍ଗିଯାଇଥିଲା। ସେମାନେ ସୀମା ପାର କରିବାକୁ ଚେଷ୍ଟା କରିଥିଲେ। ସୀମାରେ ଥିବା ପାକିସ୍ତାନୀ ସୈନ୍ୟ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ।

ଏହି ଲୋକମାନଙ୍କର ଏକମାତ୍ର ଦୋଷ ହେଉଛି ଯେ ସେମାନେ ଆଫଗାନିସ୍ତାନର ନିଜ ଭିଟାମାଟିକୁ ଫେରିବାକୁ ଚାହୁଁଛନ୍ତି, କିନ୍ତୁ ଇମ୍ରାନ ଖାଁ ସରକାର ଏହାକୁ ଗ୍ରହଣ କରୁନାହାଁନ୍ତି। ଆଫଗାନିସ୍ତାନରେ ତାଲିବାନ ଶାସନ କ୍ଷମତା ଦଖଲ କରିବା ପରେ ପାକିସ୍ତାନ ସୁରକ୍ଷା ନାମରେ ଚମନ ସୀମା ବନ୍ଦ କରି ଦେଇଛି। ତେଣୁ, ଏହି ଗୁରୁତ୍ୱପୂର୍ଣ୍ଣ ବାଣିଜି୍ୟକ ମାର୍ଗରେ ଯାନବାହାନ ଚଳାଚଳ ବନ୍ଦ ରହିଛି। ଫଳାଫଳ ହେଉଛି ଏକ ମାସ ପୂର୍ବରୁ ଯେଉଁ ପାସ୍ତୁନମାନେ ପାକିସ୍ତାନ ଆସିଥିଲେ ସେମାନେ ଏଠାରେ ଅଟକି ରହିଛନ୍ତି।

ପାକିସ୍ତାନ-ଆଫଗାନିସ୍ତାନ ସୀମାର ଚମନ କ୍ରସିଂ ବନ୍ଦ ହେବା କାରଣରୁ ପ୍ରାୟ ୫୦,୦୦୦ କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟୀ କାରବାର ହରାଇଛନ୍ତି। ଚମନ ଚାମ୍ବର ଅଫ କମର୍ସର ପୂର୍ବତନ ସଭାପତି ଜମାଲୁଦ୍ଦିନ ଆଖାକାଇ କହିଛନ୍ତି ଯେ କ୍ରସିଂ ବନ୍ଦ ଦ୍ୱାରା ସ୍ଥାନୀୟ ବ୍ୟବସାୟୀମାନେ ଦିନକୁ ୧୦ କୋଟି ଟଙ୍କା ହରାଉଛନ୍ତି। ଚମନ ପାକିସ୍ଥାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଥିବା ଦୁଇଟି ମୁଖ୍ୟ ସୀମା କ୍ରସିଂ ଭିତରେ ଗୋଟିଏ। ସେହିପରି ଅନ୍ୟ କ୍ରସିଂ ଉତ୍ତରରେ ତୋରଖମ୍‌ରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri