ଆମେରିକାରେ ଅପମାନିତ ହେଲା ପାକିସ୍ତାନ: ଭାରତକୁ ଦେଲା ଦୋଷ

ୱାଶିଂଟନ,୧।୨: ପାକିସ୍ତାନ ପୁଣି ଥରେ ଅନ୍ତର୍ଜାତୀୟ ସ୍ତରରେ ଅପମାନିତ ହୋଇଛି। ଆମେରିକାର ସାଂସଦ ସ୍କଟ ପେରି ମାସୁଦ ଖାନଙ୍କୁ ପାକିସ୍ତାନର ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବରେ ନିଯୁକ୍ତିକୁ ବିରୋଧ କରି ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ହଟାଇବାକୁ ନିବେଦନ କରିଛନ୍ତି। ବାଇଡେନଙ୍କୁ ଲେଖିଥିବା ପତ୍ରରେ ପେରି ମାସୁଦ ଖାନଙ୍କୁ ‘ଜିହାଦି’ ବୋଲି କହିଛନ୍ତି। ସୂଚନାଯୋଗ୍ୟ ଯେ ନିକଟରେ ପାକିସ୍ତାନ ହିଜବୁଲ ସମର୍ଥକ ମାସୁଦ ଖାନଙ୍କୁ ଆମେରିକାର ନୂତନ ରାଷ୍ଟ୍ରଦୂତ ଭାବରେ ନିଯୁକ୍ତ କରିବାକୁ ଘୋଷଣା କରିଥିଲା।
ସ୍କଟ ପେରି ରାଷ୍ଟ୍ରପତଙ୍କୁ ଲେଖିଥିବା ଚିଠିରେ କହିଛନ୍ତି, ମୁଁ ଜାଣି ଖୁସି ଯେ ବିଦେଶ ମନ୍ତ୍ରଣାଳୟ ପାକିସ୍ତାନର ନୂତନ ରାଷ୍ଟ୍ରଦୂତ ଭାବରେ ମାସୁଦ ଖାନଙ୍କ ଅନୁମୋଦନ ଉପରେ ରୋକ ଲଗାଇଛି। ମାସୁଦ ଖାନଙ୍କ ଦ୍ୱାରା ଉପସ୍ଥାପିତ କୌଣସି କୂଟନୈତିକ ପ୍ରମାଣପତ୍ରକୁ ପ୍ରତ୍ୟାଖ୍ୟାନ କରିବାକୁ ମୁଁ ଆପଣଙ୍କୁ ଅନୁରୋଧ କରୁଛି ବୋଲି ଚିଠିରେ ଉଲ୍ଲେଖ ରହିଛି।ପେରି ଆହୁରି ମଧ୍ୟ କହିଛନ୍ତି ଯେ ଇମ୍ରାନ ଖାନ ସରକାର ଆମର ସ୍ବାର୍ଥକୁ କ୍ଷୁର୍ଣ୍ଣ କରିବା ପାଇଁ କାର୍ଯ୍ୟ କରୁଥିବା ପ୍ରକୃତ ଆତଙ୍କବାଦୀଙ୍କୁ ରାଷ୍ଟ୍ରଦୂତ ପାଇଁ ମନୋନୀତ କରିଛନ୍ତି। ତେବେ ଏହି ଘଟଣା ପରେ ପାକିସ୍ତାନ ଏବେ ଭାରତ ଉପରେ ରାଗ ସୁଝାଇଛି। ପାକିସ୍ତାନର ଅଭିଯୋଗ ହେଉଛି, ଭାରତ ତାର ଛବି ଖରାପ କରୁଛି। ଭାରତୀୟ ଗଣମାଧ୍ୟରେ ପ୍ରସାରିକ ଖବରକୁ ନେଇ ପାକିସ୍ତାନ ବିଦେଶ ମନ୍ତ୍ରଣାଳୟର ପ୍ରବକ୍ତା ଅସିମ ଇଫ୍‌ତିକର ମଙ୍ଗଳବାର କହିଛନ୍ତି, ଏସବୁ ଖବର ଭିତ୍ତିହୀନ ଏବଂ ଆମେରିକାରେ ମସୁଦ ଖାନଙ୍କ ନିଯୁକ୍ତିକୁ ନେଇ ପ୍ରକ୍ରିୟା ଚାଲିଛି। ସୂଚନାଯୋଗ୍ୟ,ମାସୁଦ ଖାନ ପାକିସ୍ତାନର ଜଣେ କଠୋରପନ୍ଥୀ ବ୍ୟୁରୋକ୍ରାଟ୍‌। ସେ କଶ୍ମୀରରେ ନିହତ ହୋଇଥିବା ଅନେକ ଆତଙ୍କବାଦୀଙ୍କୁ ସହାୟତା କରୁଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri