ମୁଁ ନରେନ୍ଦ୍ର ମୋଦି, ଆରଏସଏସକୁ କରେ ନାହିଁ ଭୟ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ୍‌,୧୮।୧୨: ଜାତିସଂଘରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଭାରତରେ ତୀବ୍ର ବିରୋଧ କରାଯାଉଛି। ଏସବୁ ମଧ୍ୟରେ ବିଲାୱାଲ ନିଜ ମନ୍ତବ୍ୟକୁ ନେଇ ଆଦୌ ପଶ୍ଚାତାପ କରୁନାହାନ୍ତି। ସେ କହିଛନ୍ତି, ମୁଁ ନରେନ୍ଦ୍ର ମୋଦି ଏବଂ ଆରଏସଏସକୁ ଭୟ କରେ ନାହିଁ। ମୋଦିଙ୍କ ବିଷୟରେ ଯାହା କହିଛି ତାହା ଇତିହାସ ଉପରେ ଆଧାରିତ ଏବଂ ତାଙ୍କ ବିରୋଧରେ ବ୍ୟବହୃତ ଶବ୍ଦ ତାଙ୍କ ସୃଷ୍ଟି ନୁହେଁ ବରଂ ଭାରତୀୟ ଗଣମାଧ୍ୟମ ଦ୍ୱାରା ଉଦ୍ଭାବିତ ହୋଇଛି। ଗୁଜରାଟରେ ବର୍ତ୍ତମାନର ପ୍ରଧାନମନ୍ତ୍ରୀଙ୍କ ଭୂମିକା ନିର୍ବାହ କରିଛନ୍ତି, ଇତିହାସ ସାକ୍ଷୀ ଅଛି। ଭାଜପା ଏବଂ ଆରଏସଏସ ଯେତେ ବିରୋଧ କଲେ ମଧ୍ୟ ସେମାନେ ଇତିହାସ ଲିଭାଇ ପାରିବେ ନାହିଁ।
ସୂଚନାଯୋଗ୍ୟ, ମୋଦିଙ୍କ ବିରୋଧରେ ଅତି କଟୁ ମନ୍ତବ୍ୟ ନେଇ ବିଲୱାଲ ଭୁଟ୍ଟୋ କହିଥିଲେ ଯେ, ମୁଁ ଭାରତକୁ କହିବାକୁ ଚାହେଁ ଓସମା ବିନ ଲାଦେନ ମରିଛନ୍ତି, କିନ୍ତୁ ଗୁଜରାଟର କଂସେଇ ବଞ୍ଚିଛନ୍ତି। ଆଉ ସେ ହେଉଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ହେଉଛନ୍ତି ଆରଏସଏସର ପ୍ରଧାନମନ୍ତ୍ରୀ ଏବଂ ଆରଏସଏସର ବୈଦେଶିକ ମନ୍ତ୍ରୀ। ମୋଦିଙ୍କ ବିରୋଧରେ ବିଲୱାଲ ଭୁଟ୍ଟୋଙ୍କ ବୟାନ ଏକ ଅଭଦ୍ରୋଚିତ ଗର୍ଜନର ନମୁନା ବୋଲି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri