ଚାଇନା ଗସ୍ତରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସ୍‌ଲାମାବାଦ,୨୯।୩: ଅଫଗାନିସ୍ତାନ ଉପରେ ଅୟୋଜିତ ହେଉଥିବା ଏକ ବୈଠକରେ ଯୋଗଦେବା ପାଇଁ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମୁଦ କୁରୈଶି ମଙ୍ଗଳବାର ଚାଇନା ଅଭିମୁଖେ ଯାତ୍ରା କରିଛନ୍ତି। ଚାଇନା ରାଜ୍ୟ ପରାମର୍ଶଦାତା ତଥା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ନିମନ୍ତ୍ରଣରେ କୁରୈଶୀ ଏହି ଯାତ୍ରା କରିଥିବା ଜଣାପଡ଼ିଛି। ବୈଦେଶିକ କାର୍ଯ୍ୟାଳୟ(ଏଫ୍‌ଓ) ଅନୁସାରେ, ମାର୍ଚ୍ଚ ୨୯ରୁ ୩୧ ପର୍ଯ୍ୟନ୍ତ ଆଫଗାନିସ୍ତାନର ପଡୋଶୀ ଦେଶର ବୈଦେଶିକ ମନ୍ତ୍ରୀସ୍ତରୀୟ ଏକ ବୈଠକ ଅନୁଷ୍ଠିତ ହେବ। ଏଥିରେ ସାମିଲ ହେବା ବ୍ୟତୀତ କୁରୈଶୀ ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ମଧ୍ୟ ଅଂଶଗ୍ରହଣ କରିବେ। ଏଥିସହ ଦେଶମାନଙ୍କ ସହକର୍ମୀଙ୍କ ସହ ଆଲୋଚନା କରିବେ ବୋଲି ବୈଦେଶିକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବୈଦେଶିକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଦେଶର ଅଞ୍ଚଳଗୁଡ଼ିକରେ ଚିରସ୍ଥାୟୀ ଶାନ୍ତି ଏବଂ ସ୍ଥିରତାକୁ ଉତ୍ସାହିତ କରିବା ଲାଗି ଆଫଗାନିସ୍ତାନ ଉପରେ ଆଞ୍ଚଳିକ ଆଭିମୁଖ୍ୟକୁ ସମ୍ପୂର୍ଣ୍ଣ ରୂପେ ପାକିସ୍ତାନ ସମର୍ଥନ କରୁଛି। ଏକ ଶାନ୍ତିପୂର୍ଣ୍ଣ, ସ୍ଥିର, ସାର୍ବଭୌମତ୍ୱ, ସମୃଦ୍ଧ ତଥା ସଂଯୁକ୍ତ ଆଫଗାନିସ୍ତାନର ସହଭାଗୀ ଉଦ୍ଦେଶ୍ୟକୁ ଆଗକୁ ବଢ଼ାଇବା ପାଇଁ ପାକିସ୍ତାନ ଅନ୍ତର୍ଜାତୀୟ ସମ୍ପ୍ରଦାୟର ପ୍ରୟାସକୁ ସମର୍ଥନ ଜାରି ରଖିବ ବୋଲି ଏଫ୍‌ଓ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଆଫଗାନିସ୍ତାନର ପରିସ୍ଥିତି ଉପରେ ଆଞ୍ଚଳିକ ଦୃଷ୍ଟିକୋଣକୁ ବିକଶିତ କରିବା ଉଦ୍ଦେଶ୍ୟରେ ସେପ୍ଟେମ୍ବର ୨୦୨୧ରେ ପାକିସ୍ତାନ ପଡୋଶୀ ଦେଶ ଭାବେ ନିଜକୁ ଦର୍ଶାଇବା ଆରମ୍ଭ କରିଥିଲା। ୨୦୨୧ ସେପ୍ଟେମ୍ବର ୮ରେ ପଡୋଶୀ ଦେଶର ବୈଦେଶିକ ମନ୍ତ୍ରୀମାନଙ୍କର ପ୍ରଥମ ବୈଠକ ପାକିସ୍ତାନ ଆୟୋଜନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri