ୟୁଏଇ ନକ୍ସାରେ ପିଓକେକୁ ଭାରତର ଅଂଶ ଭାବେ ଦର୍ଶାଇବା ଉପରେ ପାକିସ୍ତାନ ନାରାଜ

ଇସଲାମାବାଦ, ୧୬।୯: ୟୁଏଇ ମନ୍ତ୍ରୀ ଭାରତ-ମଧ୍ୟ ପୂର୍ବ-ୟୁରୋପ ଅର୍ଥନୈତିକ କରିଡରରେ ଏକ ଭିଡିଓ କ୍ଲିପ ଶେୟାର କରିବା ପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି, ଯେଉଁଥିରେ ପୂରା କେନ୍ଦ୍ର ଶାସିତ ପ୍ରଦେଶ ଜମ୍ମୁ-କଶ୍ମୀରକୁ ଭାରତର ଏକ ଅଂଶ ଭାବରେ ଦର୍ଶାଉଥିବା ଏକ ମାନଚିତ୍ର ଜାରି ହୋଇଛି। ମାନଚିତ୍ରରେ ଗିଲଗିଟ୍‌ ବାଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର ସାମିଲ, ଯାହା ଉପରେ ପାକିସ୍ତାନର ପ୍ରଶାସନିକ ନିୟନ୍ତ୍ରଣ ରହିଛି।

ୟୁଏଇ ମନ୍ତ୍ରୀ ତଥା ଉପ-ପ୍ରଧାନମନ୍ତ୍ରୀ ସୈଫ ବିନ ଜାୟଦ ଅଲ ନହୟାନଙ୍କ ଦ୍ୱାରା ଜାରି କରାଯାଇଥିବା ମାନଚିତ୍ର ବିଷୟରେ ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟ ମୁଖପାତ୍ର ମମତାଜ ଜହରା ବାଲୋଚ କହିଛନ୍ତି ଯେ, ମାନଚିତ୍ରରେ ସମଗ୍ର ଜମ୍ମୁ-କଶ୍ମୀର ଭାରତର ଅଂଶ ଭାବେ ଦର୍ଶାଉଥିବା ମ୍ୟାପ୍‌ ଆଇନଗତ ଭାବରେ ଭୁଲ ଅଟେ। ଆମେ ଆଶା କରୁଛୁ ଅନ୍ତର୍ଜାତୀୟ ସ୍ତରରେ ଧ୍ୟାନ ଦିଆଯିବ। ଭାରତ-ମଧ୍ୟ ପୂର୍ବ-ୟୁରୋପ ଅର୍ଥନୈତିକ କରିଡର ସମ୍ପର୍କରେ ପାକିସ୍ତାନ କହିଛି ଯେ, ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପରେ ଆମେ ମନ୍ତବ୍ୟ ଦେବାର ସ୍ଥିତିରେ ରହିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri