ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ ଦାବି କରିଛନ୍ତି ଯେ ଜେଲରେ ଇମ୍ରାନ ଖାନଙ୍କର ମୃତ୍ୟୁ ହୋଇସାରିଛି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ନେଇ ଗତ କିଛି ମାସ ହେବ ବିଭିନ୍ନ ପ୍ରଶ୍ନ ଉଠୁଥିବା ବେଳେ ବର୍ତ୍ତମାନ ବିଷୟକୁ ନେଇ ଚର୍ଚ୍ଚା ବୃଦ୍ଧି ପାଇଛି ।

ପାକିସ୍ତାନୀ ସାମ୍ବାଦିକ ୱାଜାହାତ୍ ସଇଦ୍ ଖାନ (Wajahat S. Khan) ଏପରି ଏକ ଦାବି କରିଛନ୍ତି, ଯାହା ପାକିସ୍ତାନ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ସାମ୍ବାଦିକଙ୍କ କହିବାନୁଯାୟୀ, ତିନିଜଣ ବରିଷ୍ଠ ସାମରିକ ସୂତ୍ରର ମତ ରହିଛି ଯେ ରାୱଲପିଣ୍ଡିର ଆଦିଆଲା ଜେଲରେ ଇମ୍ରାନ ଖାନଙ୍କର ମୃତ୍ୟୁ ହୋଇସାରିଥାଇପାରେ। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏହି ଦାବିର କୌଣସି ସ୍ୱାଧୀନ ଭାବରେ ପୁଷ୍ଟି ହୋଇନାହିଁ ଏବଂ ଇମ୍ରାନ ଖାନଙ୍କ ମୃତ୍ୟୁର କୌଣସି ଠୋସ୍ ପ୍ରମାଣ ସାମ୍ନାକୁ ଆସିନାହିଁ । ତେଣୁ ଏହାକୁ ବର୍ତ୍ତମାନ ଯୁକ୍ତିହୀନ ବୋଲି କୁହାଯାଇଛି ।

ଅଗଷ୍ଟ ୧୦ ତାରିଖରେ ୟୁଟ୍ୟୁବ୍‌ରେ ପ୍ରକାଶିତ ଏକ ଭିଡିଓରେ ସାମ୍ବାଦିକ ୱାଜାହାତ୍ ସଇଦ୍ ଖାନ କହିଛନ୍ତି ଯେ ସେ ପାକିସ୍ତାନର ସାମରିକ ମୁଖ୍ୟାଳୟରେ ଥିବା ସୂତ୍ରଗୁଡ଼ିକ ସହ କଥା ହୋଇଛନ୍ତି। ତାଙ୍କ କହିବାନୁଯାୟୀ, ତିନିଜଣ ବରିଷ୍ଠ ସାମରିକ ଅଧିକାରୀ ପୃଥକ ପୃଥକ ଭାବରେ ଏହି ଆଶଙ୍କା ପ୍ରକଟ କରିଛନ୍ତି ଯେ ଇମ୍ରାନ ଖାନ ଆଉ ଜୀବିତ ନାହାନ୍ତି। ତଥାପି, ସାମ୍ବାଦିକ ଜଣକ ନିଜେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଏହି ଅଧିକାରୀମାନେ ନିଜ ଆଖିରେ ଇମ୍ରାନ ଖାନଙ୍କ ମୃତ୍ୟୁକୁ ଦେଖି ନାହାନ୍ତି। ସେମାନେ କେବଳ ଏପରି କଥା ଶୁଣିଛନ୍ତି, ଯାହା ଆଧାରରେ ସେମାନଙ୍କ ମନରେ ଏପରି ଆଶଙ୍କା ସୃଷ୍ଟି ହୋଇଛି।

ଇମ୍ରାନ ଖାନ ୨୦୨୩ ଅଗଷ୍ଟରୁ ଜେଲରେ ବନ୍ଦ ଅଛନ୍ତି। ଦୀର୍ଘ ସମୟ ଧରି ତାଙ୍କ ପରିବାର ଏବଂ ଓକିଲମାନଙ୍କୁ ତାଙ୍କୁ ଭେଟିବାକୁ ଦିଆଯାଉ ନାହିଁ । ଏହି କାରଣରୁ ତାଙ୍କୁ ନେଇ କଳ୍ପନାଜଳ୍ପନା ଜୋର ଧରିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri