ସ୍ଥିର ହେଲା ନଓ୍ବାଜ ଶରିଫଙ୍କ ପାକିସ୍ତାନ ଫେରିବା ତାରିଖ

ଇସଲାମାବାଦ,୧୭।୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ସ୍ବଦେଶ ଫେରିବେ। ଏବେ ଏହାର ତାରିଖ ସ୍ଥିର ହୋଇଥିବା ଜଣାପଡିଛି। ନଓ୍ବାଜଙ୍କ ଭାଇ ଶେହବାଜ ଶରିଫ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି କି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଆସନ୍ତା ଅକ୍ଟୋବର ୨୧ରେ ପାକିସ୍ତାନରେ ପହଞ୍ଚିବେ।

ସେ କହିଛନ୍ତି ଯେ ରାଷ୍ଟ୍ରୀୟ ଆକାଉଣ୍ଟେବିଲିଟି ବ୍ୟୁରୋ (ଏନଏବି) ସଂଶୋଧନ ମାମଲାରେ ସୁପ୍ରିମକୋର୍ଟଙ୍କ ନିକଟରେ ହୋଇଥିବା ନିଷ୍ପତ୍ତିର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମ୍ପର୍କ ନାହିଁ ଏବଂ ସେ ଶୀଘ୍ର ନିଜ ଦେଶକୁ ଫେରିବେ। ନୱାଜ ଶରିଫ, ସୁଲେମାନ ଶରିଫ ଏବଂ ଆଇନଜୀବୀ ଆଜମ ନଜିର ତରାର, ଅଜମଦ ପରଭେଜ ଏବଂ ଉତାଉଲ୍ଲାହ ତରାରା ଏକ ଆଇନଗତ ଅଧିବେଶନ କରିବା ପରେ ଶେହବାଜ ଶରିଫ ଏହି ମନ୍ତବ୍ୟ ଦେଇଛନ୍ତି। ପାକିସ୍ତାନୀ ଚ୍ୟାନେଲ ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ ଶେହବାଜ କହିଛନ୍ତି ଯେ ନୱାଜ ଶରିଫଙ୍କ ବିରୋଧରେ ହୋଇଥିବା ସମସ୍ତ ମାମଲା ମିଥ୍ୟା ଏବଂ ରାଜନୈତିକ ଉଦ୍ଦେଶ୍ୟମୂଳକ।
ଶେହବାଜ କହିଛନ୍ତି ଯେ ନୱାଜ ଶରିଫଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ମାମଲାଗୁଡ଼ିକର କୌଣସି ଆଇନଗତ ତଥ୍ୟନାହିଁ ଏବଂ ଏହା ଭିତ୍ତିହୀନ। ଶେହବାଜ କହିଛନ୍ତି ଯେ ନୱାଜ ବର୍ତ୍ତମାନ ଅକ୍ଟୋବର୨୧ରେ ପାକିସ୍ତାନ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri