Posted inଜାତୀୟ

ଭାରତକୁ ନେଇ ମହାଭାରତ: ଇଣ୍ଡିଆ ନାମରେ ଜିନ୍ନା କରିଥିଲେ ଆପତ୍ତି

ନୂଆଦିଲ୍ଲୀ,୬।୯: ଜି -୨୦ ସମ୍ମିଳନୀକୁ ରାଜଧାନୀ ନୂଆଦିଲ୍ଲୀରେ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜଧାନୀକୁ ନୂଆ ରୂପରେ ସଜେଇବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏହି ସମ୍ମିଳନୀରେ ୩୦ଟି ଦେଶର ପ୍ରତିନିଧୀ ଅଂଶଗ୍ରହଣ କରିବେ। କିନ୍ତୁ ଏହାର ଠିକ ପୂର୍ବରୁ ରାଷ୍ଟ୍ରପତିଙ୍କ ରାତ୍ରୀ ଭୋଜନ ନିମନ୍ତ୍ରଣ ପତ୍ରରେ ପ୍ରେସିଡେଣ୍ଟ ଅଫ୍‌ ଇଣ୍ଡିଆ ପ୍ରସଙ୍ଗ ଜାତୀୟ ରାଜନୀତିରେ ଆଲୋଡନ ସୃଷ୍ଟି କରିଛି। ତେବେ ଏନେଇ ବିରୋଧୀ କଂଗ୍ରେସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛି।

କଂଗ୍ରେସ ନେତା ଶଶି ଥରୁର ଏହି ପ୍ରସଙ୍ଗରେ ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି, ଜି-୨୦ର ନିମନ୍ତ୍ରଣ ପତ୍ରରେ ପ୍ରେସିଡେଣ୍ଟ ଅଫ୍‌ ଇଣ୍ଡିଆ ବଦଳରେ ଭାରତ ଲେଖିବାରେ କୌଣସି ସାମ୍ବିଧାନିକ ଆପତ୍ତି ନାହିଁ। କିନ୍ତୁ ଆଶା କରୁଛି ଯେ, ସରକାର ଏତେ ମୂର୍ଖ ହେବେ ନାହିଁ ଯେ ଦେଶର ନାମରେ ଯେଉଁ ବ୍ରାଣ୍ଡ ଭ୍ୟାଲୁ ଅଛି ତାହାକୁ ହଟାଇ ଦେବେ।

କେରଳର କଂଗ୍ରେସ ଏମପି ଶଶି ଥରୁର ଏହା ମଧ୍ୟ ଦାବି କରିଛନ୍ତି ଯେ ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ମହମ୍ମଦ ଅଲି ଜିନ୍ନାଙ୍କୁ ବି ଇଣ୍ଡିଆ ନାମରେ ଆପତ୍ତି ଥିଳା। କାରଣ ଏହା ଆମକୁ ବ୍ରିଟିଶ ରାଜର ଉତ୍ତରାଧିକାରୀ ଦେଶ ଏବଂ ପାକିସ୍ତାନକୁ ଏକ ଅଲଗା ଦେଶ ବୋଲି ଦର୍ଶାଉଥିଲା। ସିଏଏ ପରି ଭାଜପା ସରକାର ଜିନ୍ନାଙ୍କ ଦୃଷ୍ଟିକୋଣକୁ ମଧ୍ୟ ସମର୍ଥନ କରନ୍ତି ବୋଲି ଜଣାପଡୁଛି।

ଥରୁର୍‌ ଏକ୍ସ(ପୂର୍ବ ଟ୍ବିଟର)ରେ ପୋଷ୍ଟ କରି କହିଛନ୍ତିି, ଦେଶର ଦୁଇଟି ସରକାରୀ ନାମ ମଧ୍ୟରୁ ଇଣ୍ଡିଆକୁ ‘ଭାରତ ’ବୋଲି କହିବାରେ କୌଣସି ସାମ୍ବିଧାନିକ ଆପତ୍ତି ନାହିଁ। ମୁଁ ଆଶା କରୁଛି ଯେ ଶତାବ୍ଦୀ ଧରି ଏକ ବୃହତ ବ୍ରାଣ୍ଡ ଭ୍ୟାଲୁ ଥିବା ‘ଇଣ୍ଡିଆ’ ନାମକୁ ସମ୍ପୂର୍ଣ୍ଣ ରୂପେ ହଟାଇବା ପାଇଁ ସରକାର ଏତେ ମୂର୍ଖ ହେବେ ନାହିଁ। ସର୍ବଭାରତୀୟ ସ୍ତରରେ ଏପରି ବିବାଦ ଠାରୁ ଦୂରରେ ରହି ଆମେ ଉଭୟ ନାମକୁ ବ୍ୟବହାର ଜାରି ରଖିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri