ପାକିସ୍ତାନ ଦେଲା ଏତେବଡ଼ ଧମକ, ବେକ କାଟିଦେବୁ…

ଇସଲାମବାଦ,୨୬।୪: ପାକିସ୍ତାନ ଦୂତାବାସ ଅଧିକାରୀଙ୍କ ଆତଙ୍କୀ ବ୍ୟବହାର । ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କ ଫଟୋ ଦେଖାଇ ଭାରତୀୟଙ୍କ ବେକ କାଟିଦେବାକୁ ଧମକ । ଲଣ୍ଡନ ହାଇକମିଶନ କାର୍ଯ୍ୟାଳୟ ଆଗରେ ପ୍ରବାସୀ ଭାରତୀୟମାନେ ପ୍ରତିବାଦ କରୁଥିବାବେଳେ ପାକିସ୍ତାନ ଦୂତାବାସ ଅଧିକାରୀଙ୍କ ଏଭଳି ଆତଙ୍କୀ ବ୍ୟବହାର ଦେଖିବାକୁ ମିଳିଛି । ପାକିସ୍ତାନୀ ଦୂତାବାସରେ ଛିଡା ହୋଇ ଏସବୁ କରିଥିଲେ, ଯାହାର ଏକ ଭିଡିଓ ଏବେ ସାମ୍ନାକୁ ଆସିଛି।

ସୂଚନା ଥାଉ କି, ପହଲଗାମ ଆକ୍ରମଣକୁ ନେଇ ସାରା ବିଶ୍ୱରେ ପାକିସ୍ତାନକୁ ନିନ୍ଦା କରାଯାଉଛି। ତୀବ୍ର ସମାଲୋଚନା ସତ୍ତ୍ୱେ ପାକିସ୍ତାନ ପ୍ରକୃତିରେ ପରିବର୍ତ୍ତନ କରୁନି । ପାକିସ୍ତାନରେ ମୌଳବାଦୀ ମାନସିକତା ଏପରି ସ୍ତରରେ ପହଞ୍ଚିଛି ଯେ ଏବେ ବିଦେଶରେ ଥିବା ଦୂତାବାସରେ ବସିଥିବା ଏହାର ଅଧିକାରୀମାନେ ଜିହାଦୀ ପରି ଆଚରଣ କରୁଛନ୍ତି ।

ଏମିତି କରିଥିବା ଅଧିକାରୀ ଜଣଙ୍କ ପାକିସ୍ତାନୀ ସାମରିକ ଅଧିକାରୀ କର୍ଣ୍ଣେଲ ତୈମୁର ରାହତ । ଯିଏ କି ପାକିସ୍ତାନ ହାଇକମିଶନରେ ନିଯୁକ୍ତ ସେନା ଓ ବାୟୁସେନାର ପରାମର୍ଶଦାତା ଥିଲେ। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ କରି ଭାରତୀୟମାନେ ପାକିସ୍ତାନ ହାଇକମିଶନ ବାହାରେ ବିକ୍ଷୋଭ କରିଥିଲେ ।

ଏହି ସମୟରେ, ପାକିସ୍ତାନୀ ସାମରିକ ଅଧିକାରୀ ତୈମୁର ହାଇ କମିଶନ କୋଠାର ବାଲକୋନିରେ ଛିଡା ହୋଇଥିବାର ଦେଖିବାକୁ ମିଳିଥିଲା । ତେବେ ସେ ଖାଲି ଛିଡା ହୋଇନଥିଲେ ହାତରେ ଭାରତୀୟ ବାୟୁସେନାର ପାଇଲଟ ଅଭିନନ୍ଦନ ବର୍ଦ୍ଧମାନଙ୍କ ଫଟୋ ଧରିଥିଲେ। ଫଟୋକୁ ଧରି ସେ ତାଙ୍କ ବେକ କାଟିବାର ଆଚରଣ ଦେଖାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri