ପାକିସ୍ତାନର ଅର୍ଥନୀତିର ଦୁର୍ବଳ ଚିତ୍ର ଉପସ୍ଥାପନ କଲା ଆଇଏମଏଫ୍‌

ଓ୍ବାଶିଂଟନ୍‌,୧।୨: ପଡୋଶୀ ଦେଶ ପାକିସ୍ତାନରେ ଅର୍ଥନୀତି ଦିନକୁ ଦିନ ଖରାପ ଆଡକୁ ଗତି କରୁଛି। ଏହାର ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ତୁରନ୍ତ କୋଟି କୋଟି ଟଙ୍କା ଆବଶ୍ୟକ, କିନ୍ତୁ ଏତେ ବଡ଼ ଅର୍ଥନୈତିକ ପ୍ୟାକେଜ ପାଇବା କଷ୍ଟସାଧ୍ୟ। ପାକିସ୍ତାନ ସରକାର ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଋଣ ମାଗିଛନ୍ତି, କିନ୍ତୁ ଏହି ଋଣ ପାଇବାକୁ ହେଲେ ଏଭଳି ଅନେକ ସର୍ତ୍ତ ଗ୍ରହଣ କରିବାକୁ ପଡିବ, ଯାହା ପାକିସ୍ତାନରେ ଅଧିକ ଅରାଜକତା ବଢିପାରେ।
ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ପାଇଁ ଏହା ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ସହ ଡିଲ୍‌ କରିବେ ନା ନାହିଁ, ତାହା ସେ ନିଷ୍ପତ୍ତି ନେଇପାରୁନାହାନ୍ତି। କାରଣ, ଅନେକ ଅର୍ଥନୈତିକ ବିଶେଷଜ୍ଞ ଶେହବାଜଙ୍କୁ ଆଇଏମଏଫରୁ ଋଣ ନେବା ସର୍ତ୍ତ ଗ୍ରହଣ ନ କରିବାକୁ ଚେତାବନୀ ଦେଇଛନ୍ତି, ନଚେତ୍‌ ଦେଶ ନଷ୍ଟ ହୋଇଯିବ। ଅନ୍ୟପକ୍ଷରେ ପାକିସ୍ତାନର ଜିଡିପି ହ୍ରାସ ପାଉଛି।
ଆଇଏମଏଫ ୨୦୨୩ ଆର୍ଥିକ ବର୍ଷ ପାଇଁ ପାକିସ୍ତାନର ଜିଡିପି ଅଭିବୃଦ୍ଧି ପୂର୍ବାନୁମାନକୁ ୩.୫% ରୁ ୨% କୁ ହ୍ରାସ କରିଛି। ଆଇଏମଏଫର ୱାଲର୍‌ଡ ଇକୋନୋମିକ ଆଉଟଲୁକ (ଡବ୍ଲ୍ୟୁଇଓ) ଅନୁଯାୟୀ ଆସନ୍ତା ୨୦୨୩-୨୪ ଆର୍ଥିକ ବର୍ଷରେ ଦେଶର ଜିଡିପି ଅଭିବୃଦ୍ଧି ହାର ୪.୪% କୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri