ଇମ୍ରାନଙ୍କ ପାର୍ଟିକୁ ନିଷିଦ୍ଧ ସଂଗଠନ ଘୋଷଣା କରିବାକୁ ପାକିସ୍ତାନ ସରକାରଙ୍କ ଯୋଜନା…

ଇସଲାମାବାଦ,୧୯।୩ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଲାହୋର ବାସଭବନରୁ ଅସ୍ତ୍ରଶସ୍ତ୍ର ଏବଂ ପେଟ୍ରୋଲ ବୋମା ଜବତ କରିଥିବା ପୋଲିସ ଦାବି କରିବା ପରେ ପାକିସ୍ତାନ ସରକାର ତେହେରିକ-ଇ-ଇନସାଫ ପାର୍ଟିକୁ ନିଷିଦ୍ଧ ସଂଗଠନ ଭାବରେ ଘୋଷଣା କରିବା ପ୍ରକ୍ରିୟା ଆରମ୍ଭ କରିବାକୁ ସରକାର ବିଶେଷଜ୍ଞଙ୍କ ସହ ପରାମର୍ଶ କରିବେ ବୋଲି ପାକିସ୍ତାନ ଆଭ୍ୟନ୍ତରୀଣ ମନ୍ତ୍ରୀ ରାଣା ସନାଉଲହା କହିଛନ୍ତି।

ସୂଚନାଯୋଗ୍ୟ,ଶନିବାର ଇସଲାମାବାଦର ଏକ ଜିଲା କୋର୍ଟରେ ହାଜର ହେବା ପାଇଁ ଲାହୋରରୁ ଆସିଥିବା ଇମ୍ରାନ ଖାନଙ୍କୁ ଶାସକ ଦଳର ନେତାମାନେ କଡ଼ା ସମାଲୋଚନା କରିଥିଲେ। ଇମ୍ରାନ ଇସଲାମାବାଦରେ ଥିବାବେଳେ ୧୦ ହଜାରରୁ ଅଧିକ ସଶସ୍ତ୍ର ପଞ୍ଜାବ ପୋଲିସ କର୍ମଚାରୀ ଲାହୋରର ଜମାନ ପାର୍କରେ ଥିବା ତାଙ୍କ ବାସଭବନରେ ଏକ ବିଶାଳ ଅପରେଶନ ଆରମ୍ଭ କରିଥିଲେ ଏବଂ ତାଙ୍କର ଅନେକ ସମର୍ଥକଙ୍କୁ ଗିରଫ କରିଥିଲେ। କେବଳ ଏତିକି ନୁହେଁ ତାଙ୍କ ବାସଭବନରୁ ଅସ୍ତ୍ରଶସ୍ତ୍ର ଏବଂ ପେଟ୍ରୋଲ ବୋମା ଜବତ କରାଯାଇଥିବା ମଧ୍ୟ ଦାବି କରାଯାଇଛି।

ସନାଉଲହା କହିଛନ୍ତି, ଆତଙ୍କବାଦୀମାନେ ଜମାନ ପାର୍କରେ ଲୁଚି ରହିଥିଲେ। ଇମ୍ରାନ ଖାନଙ୍କ ବାସଭବନରୁ ଅସ୍ତ୍ରଶସ୍ତ୍ର, ପେଟ୍ରୋଲ ବୋମା ଇତ୍ୟାଦି ଜବତ କରାଯାଇଛି। ଆତଙ୍କବାଦୀ ସଂଗଠନ ସାବ୍ୟସ୍ତ କରିବା ଲାଗି ପିଟିଆଇ ବିରୋଧରେ ମାମଲା ରୁଜୁ କରିବା ପାଇଁ ଏସବୁ ଯଥେଷ୍ଟ ପ୍ରମାଣ । ତେବେ ଏହି ପ୍ରସଙ୍ଗରେ ଆମେ ଆମର ଆଇନ ଦଳ ସହିତ ପରାମର୍ଶ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri