Posted inଖେଳ

ଟସ୍‌ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି: ଦୃଢ ପେସ୍‌ ବୋଲିଂ ଆଗରେ ବାବରଙ୍କ ପ୍ରଦର୍ଶନ ଉପରେ ରହିବ ନଜର

ବେଙ୍ଗାଲୁରୁ,୨୦ା୧୦: ବଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ବିଶ୍ୱକପ୍‌ର ୧୮ତମ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ କରିବ।

ଅଷ୍ଟ୍ରେଲିଆ ଦୁଇଟି ପରାଜୟ ପରେ ବିଜୟ ଧାରାକୁ ଫେରିଥିବା ବେଳେ ପାକିସ୍ତାନ ମଧ୍ୟ ବିଜୟ ସହ ଆଗକୁ ଯିବାକୁ ଲକ୍ଷ୍ୟ ରଖିଛି। ସେହିପରି ଉଭୟ ଦଳ ମଧ୍ୟରେ ଦିନିକିଆ ପ୍ରଦର୍ଶନକୁ ଧ୍ୟାନରେ ରଖିଲେ ଅଷ୍ଟ୍ରେଲିଆ ଆଗୁଆ ରହିବ। ପାକିସ୍ତାନ ବିପକ୍ଷରେ ଦଳର ବିଜୟ ରେକର୍ଡ ୬୯-୩୪ ରହିଥିବା ବେଳେ ଦିନିକିଆ ବିଶ୍ୱକପ୍‌ରେ ଏହି ରେକର୍ଡ ୬-୪ ରହିଛି। ପାକିସ୍ତାନ ଦଳର ଟପ୍‌ ଅର୍ଡର ବର୍ତ୍ତମାନ ସୁଦ୍ଧା କ୍ଲିକ୍‌ କରିନାହିଁ। ଫାଖର ଜମାନ ବାଦ୍‌ ପଡିଥିବା ବେଳେ ଇମାମ୍‌ ଉଲ ହକ୍‌ ୩ ମ୍ୟାଚ୍‌ରୁ ମାତ୍ର ୬୩ ରନ୍‌ ସଂଗ୍ରହ କରିଛନ୍ତି। ଅନ୍ୟତମ ଓପନର ଅବଦୁଲ୍ଲା ଶଫିକ୍‌ ଗୋଟିଏ ଶତକ ହାସଲ କରିଥିବା ବେଳେ ତାଙ୍କୁ ଇମାମଙ୍କ ସହାୟତା ଆବଶ୍ୟକ। ସେହିପରି ପାକିସ୍ତାନ ବ୍ୟାଟିଂ ଲାଇନଅପ୍‌ର ମେରୁଦଣ୍ଡ ଥିବା ବାବର ଆଜମଙ୍କ ବ୍ୟାଟ ଚଳିତ ଟୁର୍ନାମେଣ୍ଟରେ ନୀରବ ରହିଛି। ଭାରତ ବିପକ୍ଷରେ ଏକ ଅର୍ଦ୍ଧଶତକ ହାସଲ କରିଥିଲେ ମଧ୍ୟ ବାବର ନେଦରଲାଣ୍ଡ୍ସ ଓ ଶ୍ରୀଲଙ୍କା ବିପକ୍ଷରେ ବିଫଳ ହୋଇଥିଲେ। ଅଷ୍ଟ୍ରେଲିଆର ଦୃଢ ପେସ୍‌ ବୋଲିଂ ଲାଇନଅପ୍‌ ବିପକ୍ଷରେ ବାବର କିଭଳି ପ୍ରଦର୍ଶନ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri