ଭାରତ ଆସିବ ପାକିସ୍ତାନ ଟିମ୍‌: ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୩।୭: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ଏବଂ ତା’ପରେ ଅପରେଶନ ସିନ୍ଦୂର ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଥରେ କ୍ରୀଡା ଇଭେଣ୍ଟ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ, ପାକିସ୍ତାନ ଦଳକୁ ଏକ ବଡ଼ ଟୁର୍ନାମେଣ୍ଟ ପାଇଁ ଭାରତ ଆସିବାକୁ ଅନୁମତି ମିଳୁଥିବା ଜଣାପଡ଼ିଛି। ଆସନ୍ତା ମାସରେ ଭାରତରେ ହକି ଏସିଆ କପ ଆୟୋଜନ ହେବାକୁ ଯାଉଛି ଏବଂ ଏଥିପାଇଁ ପାକିସ୍ତାନୀ ଦଳକୁ ଭାରତ ଆସିବାରୁ ବାରଣ କରାଯିବ ନାହିଁ। ଏ ସମ୍ପର୍କରେ କେନ୍ଦ୍ର କ୍ରୀଡା ମନ୍ତ୍ରଣାଳୟ ପକ୍ଷରୁ ମଞ୍ଜୁରୀ ମିଳିଛି।
ଅଗଷ୍ଟ-ସେପ୍ଟେମ୍ବରରେ ବିହାରରେ ଅନୁଷ୍ଠିତ ହେବାକୁ ଥିବା ହକି ଏସିଆ କପ ପାଇଁ ପାକିସ୍ତାନୀ ଦଳକୁ ଭାରତ ଆସିବାରୁ ବାରଣ କରାଯିବ ନାହିଁ। ଅନ୍ତର୍ଜାତୀୟ କ୍ରୀଡାର ଆବଶ୍ୟକତାକୁ ବିଚାରକୁ ନେଇ କ୍ରୀଡ଼ାରେ ଅଂଶଗ୍ରହଣକୁ ଅସ୍ବୀକାର କରାଯାଇପାରିବ ନାହିଁ।
ସରକାର ଭାରତରେ ଅନୁଷ୍ଠିତ ହେବାକୁ ଥିବା ବହୁ-ରାଷ୍ଟ୍ରୀୟ ଇଭେଣ୍ଟରେ କୌଣସି ଦଳ ଅଂଶଗ୍ରହଣ କରିବା ବିରୋଧରେ ନୁହେଁ। ଏହା ମଧ୍ୟ କୁହାଯାଇଛି ଯେ, ଦ୍ୱିପାକ୍ଷିକ ଏହାଠାରୁ ଭିନ୍ନ। ରୁଷିଆ ଏବଂ ୟୁକ୍ରେନର ଉଦାହରଣ ଦେଇ, କ୍ରୀଡ଼ା ମନ୍ତ୍ରଣାଳୟର ଏକ ସୂତ୍ର କହିଛି,ରୁଷିଆ ଏବଂ ୟୁକ୍ରେନ ପରସ୍ପର ସହିତ ଲଢ଼ୁଛନ୍ତି କିନ୍ତୁ ସେମାନେ ବହୁ-ରାଷ୍ଟ୍ରୀୟ ଇଭେଣ୍ଟରେ ମଧ୍ୟ ଅଂଶଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri