ଇମ୍ରାନଙ୍କ ଘରେ ପହଞ୍ଚିଲେ ପାକିସ୍ତାନ ସେନା ମୁଖ୍ୟ

ଇସଲାମାବାଦ୍‌,୩୦।୩: ପାକିସ୍ତାନରେ ରାଜନୈତିକ ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବୁଧବାର ରାଷ୍ଟ୍ରକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଏବଂ ଆଇଏସଆଇ ମୁଖ୍ୟ ନଦିମ ଅଞ୍ଜୁମ ଇମ୍ରାନଙ୍କୁ ଭେଟିବା ପାଇଁ ତାଙ୍କ ଘରେ ପହଞ୍ଚିଛନ୍ତି। ପାକିସ୍ତାନ ସେନାର ଉଭୟ ବରିଷ୍ଠ ଅଧିକାରୀ ଇମ୍ରାନଙ୍କୁ ଭେଟିବାକୁ ଆସିଛନ୍ତି। ତେବେ ଆଜି ଇମ୍ରାନ ସରକାରରେ ଥିବା ଆଇନ ମନ୍ତ୍ରୀ ଫାରୁଗ ନାସିମ ଏବଂ ଆଇଟି ମନ୍ତ୍ରୀ ଅମିନ-ଉଲ-ହକ ଇସ୍ତଫା ଘୋଷଣା କରିଛନ୍ତି। ଇମ୍ରାନଙ୍କ ପାଇଁ ଏହା ଏକ ବଡ ଝଟ୍‌କା ବୋଲି କୁହାଯାଉଛି। ଇମ୍ରାନ ସରକାରଙ୍କ ସୂଚନା ଓ ପ୍ରସାଦ ମନ୍ତ୍ରୀ ଫାୱଦ ଚୌଧୁରୀ ଦାବି କରିଛନ୍ତି, ଇମ୍ରାନ ଖାନ ଜଣେ ଖେଳାଳି ଯିଏ ଶେଷ ବଲ ପର୍ଯ୍ୟନ୍ତ ଖେଳନ୍ତି, ତେଣୁ ସେ ଇସ୍ତଫା ଦେବେ ନାହିଁ।
ସୂଚନାଯୋଗ୍ୟ, ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ସେମାନେ ପିଟିଆଇ ସରକାରକୁ ହଟାଇବାକୁ ଚାହୁଁଛନ୍ତି। ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମ୍‌ଏଲ-ଏନ୍‌) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ର ପ୍ରାୟ ୧୦୦ ଏମ୍‌ପି ଚଳିତ ମାସ ୮ରେ ଜାତୀୟ ବିଧାନସଭା ସଚିବାଳୟରେ ଅବିଶ୍ୱାସ ପ୍ରସ୍ତାବର ନୋଟିସ ଦେଇଛନ୍ତି।
ଇମ୍ରାନଙ୍କ ବିରୋଧରେ ସଂସଦରେ ମାର୍ଚ୍ଚ ୨୮ରେ ଅବିଶ୍ୱାସ ପ୍ରସ୍ତାବ ଆଗତ ହୋଇଥିଲା। ମାର୍ଚ୍ଚ ୩୧ରେ ଭୋଟିଂ ହୋଇ ଫଳାଫଲ ଆସିବ। ଅବିଶ୍ୱାସ ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ରେ କ୍ରିକେଟରୁ ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?