‘ମୋ ଭାଇ ଭାରତ ସହିତ ସମ୍ପର୍କ ସୁଧାରିବାକୁ ଚାହୁଁଥିଲେ, ହେଲେ ମୁନିର…’ , ବଡ଼ ଦାବି କଲେ ଇମ୍ରାନ୍‌ଙ୍କ ଭଉଣୀ

ଇସ୍‌ଲାମାବାଦ,୪ା୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତ ସହ ବନ୍ଧୁତା ବଢ଼ାଇବାକୁ ଉଦ୍ୟମ କରୁଥିବାବେଳେ ସେନାମୁଖ୍ୟ ଅସିମ ମୁନିର ଯୁଦ୍ଧ ଲାଳସା ରଖିଥିଲେ। ଇମ୍ରାନ୍‌ଙ୍କ ଭଉଣୀ ଆଲିମା ଖାନ୍‌ ଏହା କହିଛନ୍ତି। ମୁନିର ଜଣେ କଠୋରପନ୍ଥୀ ଇସ୍‌ଲାମୀୟ ଏବଂ ରୁଢ଼ିବାଦୀ ବୋଲି ଆଲିମା ସ୍କାଏ ନ୍ୟୁଜ୍‌କୁ କହିଛନ୍ତି। ଗତ ମେ’ରେ ଭାରତ-ପାକିସ୍ତାନ ଯୁଦ୍ଧ ପଛର କାରଣ ସମ୍ପର୍କରେ ପ୍ରଶ୍ନ ହେବାରୁ ସେ ସବୁ ଦୋଷ ମୁନିରଙ୍କ ଉପରେ ଲଦିଥିଲେ। ତାଙ୍କର ଇସ୍‌ଲାମୀୟ କଠୋରପନ୍ଥୀ ଓ ରକ୍ଷଣଶୀଳତା ତାଙ୍କୁ ଇସ୍‌ଲାମ ଉପରେ ବିଶ୍ୱାସ କରୁନ ଥିବା ଲୋକଙ୍କ ବିରୋଧରେ ଯୁଦ୍ଧ କରିବାକୁ ବାଧ୍ୟ କରୁଥିବା ଆଲିମା କହିଛନ୍ତି। ଇମ୍ରାନ୍‌ ଜଣେ ଉଦାରବାଦୀ। ସେ କ୍ଷମତାକୁ ଆସିବା ପରେ ସବୁବେଳେ ଭାରତ ସହ ବନ୍ଧୁତା କରିବାକୁ ଉଦ୍ୟମ କରିଥିଲେ। ଏପରିକି ଭାଜପା ସହ ମଧ୍ୟ ସେ ବନ୍ଧୁତା ଚାହୁଁଥିଲେ। ସେ ଇମ୍ରାନ୍‌ଙ୍କ ଏକ ସମ୍ପତ୍ତି ବୋଲି କହିବା ସହ ତାଙ୍କ ମୁକ୍ତି ପାଇଁ ପାଶ୍ଚାତ୍ୟ ଦେଶ ଉଦ୍ୟମ କରିବାକୁ ଆଲିମା ନିବେଦନ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri