ଭାରତ ସହ ସମ୍ପର୍କ ସୁଦୃଢ ପାଇଁ ଆଗେଇ ଆସିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲମାବାଦ୍‌,୩୧।୩: ଦେବାଳିଆ ହୋଇପଡ଼ିଥିବା ପାକିସ୍ତାନର ଇମ୍ରାନ ଖାନ ସରକାର ବୁଧବାର ଭାରତ ସହ ସମ୍ପର୍କକୁ ସୁଦୃଢ କରିବା ଦିଗରେ ପ୍ରଥମ ପଦକ୍ଷେପ ନେଇଛନ୍ତି।ଦୁଇ ବର୍ଷ ଧରି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅଟକି ରହିଥିବା ବାଣିଜ୍ୟକୁ ପୁନଃ ଆରମ୍ଭ କରିବାକୁ ଇମ୍ରାନ ସରକାର ସବୁଜ ସଙ୍କେତ ଦେଇଛନ୍ତି। ଏହି ସୂଚନା ପାକିସ୍ତାନ ଗଣମାଧ୍ୟମ ରିପୋର୍ଟରୁ ଆସିଛି। ପାକିସ୍ତାନର ଅର୍ଥନୈତିକ ବ୍ୟାପାର ଉପରେ କ୍ୟାବିନେଟ ବୈଠକରେ ଇମ୍ରାନ ଖାନ ସରକାର ଭାରତ ସହ ବାଣିଜ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବରୁ ଅଗଷ୍ଟ ୨୦୧୯ରେ ଜମ୍ମୁ କଶ୍ମୀର ସ୍ବତନ୍ତ୍ର ମାନ୍ୟତା ଶେଷ କରିବା ପରେ ପାକିସ୍ତାନ ଭାରତ ସହ ସମ୍ପର୍କ ଛିନ୍ନ କରିଥିଲା।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖି କହିଛନ୍ତି ଯେ ଜମ୍ମୁ କଶ୍ମୀର ସମେତ ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ସମସ୍ୟାର ସମାଧାନ ପାଇଁ ଏକ ଅନୁକୂଳ ପରିବେଶ ସୃଷ୍ଟି କରିବା ଆବଶ୍ୟକ। ଗତ ସପ୍ତାହରେ ପାକିସ୍ତାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ପଠାଇଥିବା ଅଭିନନ୍ଦନଙ୍କ ଉତ୍ତରରେ ଖାନ ଏହି ଚିଠି ଲେଖିଛନ୍ତି। ମୋଦି ତାଙ୍କ ଚିଠିରେ କହିଛନ୍ତି ଯେ ପାକିସ୍ତାନ ସହ ଆନ୍ତରିକ ସମ୍ପର୍କ ପାଇଁ ଭାରତ ଚାହୁଁଛି, କିନ୍ତୁ ଏଥିପାଇଁ ଆତଙ୍କ ଏବଂ ଘୃଣାର ବାତାବରଣ ଶେଷ କରିବ ଜରୁରୀ ଅଟେ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠିର ଉତ୍ତରରେ ଇମ୍ରାନ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥି ସହିତ ପାକିସ୍ତାନବାସୀ ଭାରତ ସମେତ ସମସ୍ତ ପଡୋଶୀ ଦେଶ ସହ ଶାନ୍ତିପୂର୍ଣ୍ଣ ସହଯୋଗ ସମ୍ପର୍କ ପାଇଁ ଇଚ୍ଛା କରନ୍ତି। ଆତଙ୍କମୁକ୍ତ ପରିବେଶ ଉପରେ ଇମ୍ରାନ କହିଛନ୍ତି ଯେ, କଶ୍ମୀର ଭଳି ସମସ୍ତ ସମସ୍ୟାର ସମାଧାନ ହେଲେ ହିଁ ଶାନ୍ତି ସମ୍ଭବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri