ରାଜନାଥଙ୍କ କଥାରେ ବିଳିବିଳଉଛି ପାକିସ୍ତାନ, କହିଲା ଏମିତି…

ନୂଆଦିଲ୍ଲୀ/ଇସଲାମାବାଦ,୬ା୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି, ଯଦି ଆତଙ୍କବାଦୀମାନେ ଭାରତରେ ଶାନ୍ତି ଭଙ୍ଗ ଏବଂ ପଡ଼ୋଶୀ ଦେଶକୁ ପଳାୟନ ପାଇଁ ଚେଷ୍ଟା କରନ୍ତି, ତେବେ ସେମାନଙ୍କୁ ହତ୍ୟା କରିବାକୁ ଭାରତ ପାକିସ୍ତାନରେ ପ୍ରବେଶ କରିବ। ଶୁକ୍ରବାର ରାଜନାଥ ସିଂ ଏକ ପ୍ରଶ୍ନର ଉତ୍ତର ଦେଇ ଏପରି କହିଥିଲେ। ଇସ୍‌ଲାମାବାଦ ଶନିବାର ଏହି ବିବୃତ୍ତିରେ ପ୍ରତିକ୍ରିୟା ପ୍ରକାଶ କରି ଏହାକୁ ‘ଉତ୍ତେଜକ’ ବୋଲି କହିଛି।

ସୂଚନାଯୋଗ୍ୟ, ୨୦୧୯ରେ କଶ୍ମୀରର ପୁଲଓ୍ବାମାଠାରେ ଏକ ସିଆରପିଏଫ୍‌ କନଭେନ ଉପରେ ଆତ୍ମଘାତୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦୀମାନେ ସମ୍ପୃକ୍ତ ଥିବାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଆହୁରି ଖରାପ ହୋଇଛି। ଏହା ପରେ ପାକିସ୍ତାନର ବାଲାକୋଟରେ ଅବସ୍ଥିତ ଆତଙ୍କବାଦୀ ବେସ୍‌ ଉପରେ ଭାରତକୁ ଏୟାର ଷ୍ଟ୍ରାଇକ କରିବାକୁ ପଡ଼ିଥିଲା। ଏହା ପୂର୍ବରୁ ପାକିସ୍ତାନ କହିଥିଲା, ଏହାର ମାଟିରେ ଦୁଇ ନାଗରିକଙ୍କୁ ହତ୍ୟା କରିବାରେ ଭାରତୀୟ ଏଜେଣ୍ଟଙ୍କ ସମ୍ପୃକ୍ତିର ବିଶ୍ୱସନୀୟ ପ୍ରମାଣ ରହିଛି। ତେବେ ଭାରତ ଏହାକୁ ମିଥ୍ୟା ଏବଂ କୁତ୍ସିତ ପ୍ରଚାର ବୋଲି ବର୍ଣ୍ଣନା କରିଛି।

ଶନିବାର ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟ କହିଛି, ପାକିସ୍ତାନ ଭିତରେ ଆତଙ୍କବାଦୀ ଭାବରେ ଘୋଷିତ ହୋଇଥିବା ଅଧିକ ସାଧାରଣ ନାଗରିକଙ୍କୁ ନିର୍ଯାତନା ଦେବା ପାଇଁ ଭାରତର ଦାବି ହେଉଛି ଦୋଷର ସ୍ପଷ୍ଟ ସ୍ବୀକାର। ଏଥିରେ କୁହାଯାଇଛି, ଅନ୍ତର୍ଜାତୀୟ ସମୁଦାୟ ପାଇଁ ଭାରତର ଘୃଣ୍ୟ ତଥା ବେଆଇନ କାର୍ଯ୍ୟ ପାଇଁ ଉତ୍ତରଦାୟୀ ହେବା ଜରୁରୀ ଅଟେ।

ଏହି ବିବୃତ୍ତିରେ ଆହୁରି ମଧ୍ୟ କୁହାଯାଇଛି, ପାକିସ୍ତାନ ସର୍ବଦା ଏହି ଅଞ୍ଚଳରେ ଶାନ୍ତି ପ୍ରତି ପ୍ରତିବଦ୍ଧତା ପ୍ରଦର୍ଶନ କରିଆସୁଛି। ତଥାପି ଶାନ୍ତି ପାଇଁ ଆମର ଇଚ୍ଛାକୁ ଭୁଲ୍‌ ବୁଝିବା ଉଚିତ ନୁହେଁ। ପାକିସ୍ତାନର ନିଷ୍ଠା ଏବଂ ନିଜକୁ ରକ୍ଷା କରିବାର ସାମର୍ଥ୍ୟର ଇତିହାସ ହେଉଛି ସାକ୍ଷୀ। ତେବେ ପାକିସ୍ତାନର ଏହି ଜାରି ବିବୃତ୍ତି ଉତ୍ତରରେ ଭାରତ ଏପର୍ଯ୍ୟନ୍ତ କୌଣସି ସରକାରୀ ବିବୃତ୍ତି ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ମହିଳାଙ୍କ ପରେ ଆଉ ଜଣେ! ଏନଭିଡିଆ ସହ-ପ୍ରତିଷ୍ଠାତାଙ୍କ ତୃତୀୟ ସମ୍ପର୍କକୁ ନେଇ ଚର୍ଚ୍ଚା

ହଙ୍ଗକଙ୍ଗ,୧୩।୧୧: ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାତା କମ୍ପାନୀ ଏନଭିଡିଆ (Nvidia)ର ସହ-ପ୍ରତିଷ୍ଠାତା ଜେନସେନ୍‌ ହୁଆଙ୍ଗଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଚାଇନାର ଜଣେ ମହିଳାଙ୍କ…

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍‌; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ

ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ…

୨ ନିଖୋଜ ଏସ୍‌ପିଓଙ୍କ ଗୁଳିବିଦ୍ଧ ମୃତଦେହ ଜବତ

ଜମ୍ମୁ,୧୩।୧୧(ପି.ଟି): ଜମ୍ମୁ-କଶ୍ମୀରର କିସ୍ତୱାଡ୍‌ ଜିଲାର ଦୁର୍ଗମ ଦଚ୍ଛନ ଅଞ୍ଚଳରୁ ନିଖୋଜ ହେବାର ଗୋଟିଏ ଦିନ ପରେ ଗୁରୁବାର ସକାଳେ ୨ଜଣ ସ୍ବତନ୍ତ୍ର ପୋଲିସ ଅଧିକାରୀ (ଏସ୍‌ପିଓ)ଙ୍କ ଗୁଳିବିଦ୍ଧ…

ଟସ ଜିତି ଜିତିଲା ନିଷ୍ପତ୍ତି ନେଲା ଟିମ ଇଣ୍ଡିଆ: ଶ୍ରେୟସ ଆୟରଙ୍କ ହାତରେ ଅଧିନାୟକ ଦାୟିତ୍ୱ,ବାଦ୍‌ ପଡ଼ିଲେ…

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ଖେଳାଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ପୁଅର ସ୍ୱପ୍ନ ପାଇଁ ଶୋ’ରୁମ୍‌ ବିକିଥିଲେ ବାପା, ଅଣ୍ଡର-୧୯ ଏସିଆ କପ୍‌ରେ ଚମକିଲେ ୧୭ ବର୍ଷୀୟ ଇଶାନ ସୁଦ୍‌

ନୂଆଦିଲ୍ଲୀ,୧୩।୧୧: ଅଣ୍ଡର-୧୯ ଏସିଆ କପ୍‌ ୨୦୨୬ରେ ଭାରତୀୟ ଯୁବ ଖେଳାଳିମାନେ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ରହିଛନ୍ତି । ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର ସେହୱାଗଙ୍କ ବ୍ୟାଟିଂକୁ…

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?