Posted inଜାତୀୟ

ବିନା କାରଣରେ ଭାରତୀୟଙ୍କ ମାମଲାରେ ମୁଣ୍ଡ ପୁରାଉଛି ପାକିସ୍ତାନ, କେଜରିଓ୍ବାଲଙ୍କ ଜାମିନକୁ ନେଇ ପୂର୍ବତନ ମନ୍ତ୍ରୀ କହିଲେ…

ଇସଲାମାବାଦ/ନୂଆଦିଲ୍ଲୀ,୧୧।୫: ଶୁକ୍ରବାର ସାରେ ତିହାର ଜେଲରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବାହାରିଥିଲେ। କେଜରିୱାଲ ଜେଲରୁ ମୁକୁଳିବା ପରେ ଏଏପି କର୍ମୀଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ତେବେ ଏହି ଉତ୍ସାହ କେବଳ ଏଏପି କର୍ମୀଙ୍କ ମଧ୍ୟରେ ସୀମିତ ନୁହେଁ, ପଡୋଶୀ ଦେଶ ପାକିସ୍ତାନର ଜଣେ ନେତା ମଧ୍ୟ ଏଥିରେ ଅତ୍ୟନ୍ତ ଖୁସି ଅଛନ୍ତି। ବାସ୍ତବରେ, ପାକିସ୍ତାନର ପୂର୍ବତନ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଫଓ୍ବାଦ ଚୌଧୁରୀ ମଧ୍ୟ କେଜରିୱାଲଙ୍କ ମୁକ୍ତିକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଏବଂ ପ୍ରତିକ୍ରିୟା ପ୍ରକାଶ କରିବାବେଳେ ଏହା ନରମପନ୍ଥୀ ଭାରତ ପାଇଁ ଏକ ଖୁସି ଖବର ବୋଲି ଲେଖିଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଶେୟାର ହୋଇଥିବା ଏକ ପୋଷ୍ଟରେ ଫୱାଦ ଚୌଧୁରୀ ଲେଖିଛନ୍ତି ଯେ ମୋଦି ଜୀ ଆଉ ଏକ ଯୁଦ୍ଧରେ ହାରିଛନ୍ତି। କେଜରିୱାଲଙ୍କୁ ମୁକ୍ତ କରାଯାଇଛି ଏବଂ ନରମପନ୍ଥୀ ଭାରତ ପାଇଁ ଏହା ଏକ ଖୁସି ଖବର। ଦିଲ୍ଲୀ ଲିକର୍‌ ପଲିସି ସ୍କାମରେ ଅରବିନ୍ଦ କେଜରିୱାଲ ଶୁକ୍ରବାର ସୁପ୍ରିମକୋର୍ଟରୁ ଜାମିନ ପାଇଛନ୍ତି। ଏହା ପରେ ସେ ବିଳମ୍ବିତ ରାତିରେ ଜେଲରୁ ବାହାରିଥିଲେ। କେଜରିୱାଲଙ୍କୁ ୫୦ ଦିନ ପରେ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଏବଂ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ତାଙ୍କୁ ଜୁନ ୨ରେ ଜେଲକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ କେଜରିୱାଲଙ୍କୁ ଜାମିନ ପ୍ରଦାନ କରୁଥିବାବେଳେ କୋର୍ଟ ମଧ୍ୟ ଅନେକ ସର୍ତ୍ତ ରଖିଛନ୍ତି ଯେଉଁଥିରେ ସେ ଦିଲ୍ଲୀ ସଚିବାଳୟରେ ଅବସ୍ଥିତ ସିଏମ କାର୍ଯ୍ୟାଳୟକୁ ଯାଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri