ଭାରତ ସହ ସବୁ ପ୍ରସଙ୍ଗର ସମାଧାନ ପାଇଁ ପାକ୍‌ ପ୍ରସ୍ତୁତ

ଇସ୍‌ଲାମାବାଦ, ୨୮।୨: ଭାରତ ସହ ପାକିସ୍ତାନର ଅସ୍ତ୍ରବିରତି ରାଜିନାମାକୁ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଶନିବାର ସ୍ବାଗତ କରିଛନ୍ତି। ତେବେ ଦ୍ୱିପାକ୍ଷିକ ସମ୍ପର୍କରେ ଅଧିକ ଉନ୍ନତି ଲାଗି ଉପଯୁକ୍ତ ପରିବେଶ ସୃଷ୍ଟି କରିବା ଭାରତର ଦାୟିତ୍ୱ ବୋଲି ସେ କହିଛନ୍ତି। ନିୟନ୍ତ୍ରଣ ରେଖା ଓ ଅନ୍ୟାନ୍ୟ ସେକ୍ଟରରେ ଅସ୍ତ୍ରବିରତି ନିୟମ କଡ଼ାକଡ଼ି ପାଳନ ପାଇଁ ଦୁଇ ଦେଶର ସୈନ୍ୟବାହିନୀ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଥିଲା। ଆଲୋଚନା ମାଧ୍ୟମରେ ଭାରତ ସହ ସମସ୍ତ ବକେୟା ପ୍ରସଙ୍ଗର ସମାଧାନ ପାଇଁ ପାକିସ୍ତାନ ପ୍ରସ୍ତୁତ ବୋଲି ଖାନ୍‌ ଟୁଇଟ୍‌ କରିଛନ୍ତି। ଜାତିସଂଘ ସୁରକ୍ଷା ପରିଷଦର ପ୍ରସ୍ତାବ ଅନୁଯାୟୀ ଜମ୍ମୁ-କଶ୍ମୀରବାସୀଙ୍କୁ ସ୍ବନିର୍ଣ୍ଣୟ ଅଧିକାର ଦେବା ଲାଗି ଦୀର୍ଘଦିନର ଦାବି ପୂରଣ ଦିଗରେ ଭାରତ ଆବଶ୍ୟକ ପଦକ୍ଷେପ ନେବାକୁ ସେ ଆହ୍ବାନ ଦେଇଛନ୍ତି। ୨୦୧୯ ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନା ବାଲାକୋଟ୍‌ସ୍ଥିତ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କ ପ୍ରଶିକ୍ଷଣ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା। ଏହାର ଦୁଇବର୍ଷ ପୂର୍ତ୍ତି ଅବସରରେ ଇମ୍ରାନ୍‌ କେତେକ ଟୁଇଟ୍‌ କରିଛନ୍ତି। ପାକିସ୍ତାନ ସବୁବେଳେ ଶାନ୍ତି ଚାହିଁ ଆସିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri