ଭାରତ ସହିତ ଛିଡ଼ା ହୋଇଛି ପାକିସ୍ତାନ, କରୋନାକୁ ଦିଆଯିବ ଜବାବ: ଇମ୍ରାନ୍‌…

ନୂଆଦିଲ୍ଲୀ/ଇସଲାମାବାଦ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ପାକିସ୍ତାନ ଭାରତ ସହିତ ଛିଡ଼ାହୋଇଛି। ପଡ଼ୋଶୀ ଦେଶରେ ଜାରି ରହିଥିବା ମହାମାରୀ ସଙ୍କଟର ମୁକାବିଲା ଲାଗି ଆମକୁ ମିଳିତ ଭାବେ ଲଢ଼େଇ କରିବାକୁ ପଡ଼ିବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଟୁଇଟ୍‌ କରି କହିଛନ୍ତି। ମାନବତାର ଶତ୍ରୁ ପାଲଟିଥିବା କରୋନା ମହାମାରୀରୁ ଶୀଘ୍ର ଆକ୍ରାନ୍ତମାନେ ସୁସ୍ଥ ହେବା ଲାଗି ସେ ପ୍ରାର୍ଥନା କରିବା ପାଇଁ ଏବଂ କରୋନା ଉଚିତ ଜବାବ ଦେବାକୁ ଆହ୍ବାନ ଜଣାଇଛନ୍ତି। ସେହିପରି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହା ମହମ୍ମୁଦ୍‌ କ୍ୟୁରେଶି ଟୁଇଟ୍‌ କରି କହିଛନ୍ତି ଯେ, କରୋନାର ଦ୍ୱିତୀୟ ଲହର ସମୟରେ ଭାରତ ଲୋକଙ୍କ ପାଖରେ ପାକିସ୍ତାନ ଛିଡ଼ା ହୋଇଛି। ଆକ୍ରାନ୍ତ ପରିବାରଙ୍କ ପ୍ରତି ପାକିସ୍ତାନ ସହାନୁଭୁତି ପ୍ରକଟ କରୁଛି। ସାର୍କ ଦେଶ ସମୂହଙ୍କ ସହିତ ମିଳିତ ଭାବେ ପାକିସ୍ତାନ କରୋନାର ମୁକାବିଲା ପାଇଁ ଅଣ୍ଟା ଭିଡ଼ିଥିବା ସେ କହିଛନ୍ତି। ସେହିପରି ବହୁ ପାକିସ୍ତାନ ୟୁଜର ମଧ୍ୟ ଟୁଇଟ୍‌ କରି ଭାରତ ପ୍ରତି ନିଜର ସକାରାତ୍ମକ ମନୋଭାବ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri