ପୂର୍ବ ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷିତ ନୁହେଁ ପାକିସ୍ତାନ! କାହାକୁ ସର୍ବସମ୍ମୁଖରେ ହତ୍ୟା ତ କାହାକୁ ହୋଇଛି ଫାଶି…

ଇସଲାମାବାଦ,୪।୧୧: ପାକିସ୍ତାନରେ ପୁଣି ଜଣେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ ହେବା ପରେ ରାଜନେତାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ସାଧାରଣ ଲୋକ ତ ଦୂରର କଥା ଏହି ଦେଶ ରାଜନେତା ଏବଂ ପୂର୍ବ ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷିତ ନୁହେଁ ବୋଲି ଚର୍ଚ୍ଚା ହେଉଛି। ବିଗତ ଦିନରେ ଘଟିଥିବା ସେଭଳି କିଛି ଘଟଣା ଏହାର ପ୍ରମାଣ।

ପାକିସ୍ତାନର ପ୍ରଥମ ପ୍ରଧାନମନ୍ତ୍ରୀ ଲିଆକତ ଅଲି ଖାଁଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ସେ ରାଓ୍ବଲପିଣ୍ଡିର କମ୍ପାନୀ ବାଗରେ ରାଲି କରୁଥିବା ବେଳେ ତାଙ୍କ ଛାତିରେ ତିନୋଟି ଗୁଳି ବାଜିଥିଲା। ପରେ ଏହି କମ୍ପାନୀ ବାଗ୍‌ର ନାମ ବଦଳାଇ ଲିଆକତ ବାଗ୍‌ ରଖିଦିଆଯାଇଥିଲା।

ଏହି ଲିଆକତ ବାଗ୍‌ରୁ ପୂର୍ବତନ ପ୍ରଧାନମନ୍ତ୍ରୀ ବେନଜିର ଭୁଟ୍ଟୋଙ୍କ ରାଲି ଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିଲା। ତାଙ୍କ ବ୍ୟତିତ ଅନ୍ୟ ୨୫ ଲୋକଙ୍କ ମୃତ୍ୟୁ ହୋଇଥିଲା। ୧୫ବର୍ଷୀୟ ବିଲାଲ ତାଙ୍କୁ ହତ୍ୟା କରିବା ଲାଗି ମାନବ ବୋମା ସାଜି ନିଜ ଜୀବନ ମଧ୍ୟ ନେଇଥିଲେ।

୧୦-୧୧ ନଭେମ୍ବର ୧୯୭୪ ଅଧାରାତିରେ ଲାହୋରର ଏକ ଗାଡି ଉପରେ ଆତତାୟୀମାନେ ଚାରିଆଡୁ ଗୁଳିଚାଳନା କରିଥିଲେ। ଏହି କାରକୁ ଅହମ୍ମଦ ରଜା କସୁରୀ ଚଳାଉଥିଲେ। ସାଙ୍ଗରେ ତାଙ୍କର ବାପା ଏବଂ ସ୍ତ୍ରୀ ଥିଲେ। ଆକ୍ରମଣରେ ବାପାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଆହତ ହୋଇଥିଲେ। ଏହି ଘଟଣାରେ ରଜା କସୁରୀ ତତ୍କାଳିନ ପ୍ରଧାନମନ୍ତ୍ରୀ ଜୁଲ୍‌ଫିକାର ଅଲି ଭୁଟ୍ଟୋଙ୍କ ଉପରେ ମାମଲା ରୁଜୁ କରିଥିଲେ। ପରେ ଜୁଲ୍‌ଫିକାରଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଫାଶି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?