Posted inଜାତୀୟ

ଭାରତକୁ ଦୋହଲାଇ ଦେବାର ଷଡଯନ୍ତ୍ର! ପିଓକେରେ ଆତଙ୍କବାଦୀ ସଙ୍ଗଠନ ସହ ବୈଠକ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ,୧୫ ।୧୦: ପାକିସ୍ତାନ ଗୁଇନ୍ଦା ସଂସ୍ଥା ଇଣ୍ଟର ସର୍ବିସେସ ଇଣ୍ଟଲିଜେନ୍ସ (ଆଇଏସ୍‌ଆଇ) ଓ କିଛି ଆତଙ୍କବାଦୀ ସଙ୍ଗଠନର ମୁଖ୍ୟଙ୍କ ମଧ୍ୟରେ ନିକଟରେ ବୈଠକ ହୋଇଥିବା ସୂଚନା ମିଳିଛି । କୁହାଯାଉଛି କି ଏହି ବୈଠକ ପିଓକେର ମୁଜାଫରାବାଦରେ ହୋଇଛି । ଏହି ବୈଠକରେ ଭାରତ ଓ ବିଶେଷ କରି ଜମ୍ମୁ-କଶ୍ମୀରକୁ କେମିିତି ଦୋହଲାଇ ଦେଇ ହେବ ସେ ସମ୍ପର୍କରେ ଆଲୋଚନା ହୋଇଛି । ଭାରତୀୟ ଗୁଇନ୍ଦା ସଂସ୍ଥା ପକ୍ଷରୁ ଏହି ସୂଚନା ମିଳିଛି । ସେପ୍ଟେମ୍ବର ୨୧ରେ ଆଇଏସ୍‌ଆଇ ଅଧିକାରୀ ଓ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଏହାକୁ ନେଇ ଭାରତୀୟ ଗୁଇନ୍ଦା ସଂସ୍ଥା ଆଲର୍ଟ ଜାରି କରିଛି । କୁହାଯାଉଛି କି ଏହି ବୈଠକରେ ବିଶେଷ ଭାବେ ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଅଧିକ କରା ଯିବାକୁ ଯୋଜନା କରାଯାଇଛି । ତେବେ ଟାର୍ଗେଟ କିଲିଂ ଓ ଅନ୍ୟ ଆକ୍ରମଣ ପାଇଁ ନିଜକୁ ଦାୟୀ କରିବାକୁ ନୂଆ ନୂଆ ଆତଙ୍କବାଦୀ ସଙ୍ଗଠନ ଗଠନ କରାଯାଇଥିବା ଜଣାପଡିଛି । ଏମାନେ ଆକ୍ରମଣ ପାଇଁ ନିଜକୁ ଦାୟୀ କରି ଯାଞ୍ଚ ଏଜେନ୍ସିକୁ ବାଟବଣା କରିବାକୁ ଯୋଜନା କରୁଛନ୍ତି । ମିଳିଥିବା ସୂଚନାରୁ ଜଣାପଡିଛି କି ଏମାନଙ୍କ ଟାର୍ଗେଟରେ ଅଛନ୍ତି ପୋଲିସ ଇନଫରମର, ସୁରକ୍ଷା କର୍ମୀ ଓ ଗୁଇନ୍ଦା ସଂସ୍ଥାରେ କାମ କରୁଥିବା କଶ୍ମୀର ବାସିନ୍ଦା ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri